ବହୁଛି ପଶ୍ଚିମା ଝଡ଼, ମିଳୁଛି ଗରମରୁ ଆଶ୍ୱସ୍ତି
ତେଣୁ ଏହି ଜିଲ୍ଲା ସବୁକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତାକାଲି ଅର୍ଥାତ ୧୧ରେ ମଧ୍ୟ ରାଜ୍ୟର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଉପକୂଳ ଓଡିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନଳ, ଖୋର୍ଦ୍ଧା, ନୟାଗଡ ଏବଂ କନ୍ଧମାଳ ଜିଲ୍ଲାରେ ଆଲୁକା ବର୍ଷାର ସମ୍ଭାବନା ରହିଛି।
ଅଧିକ ପଢନ୍ତୁ : ଟ୍ବିନ୍ ସିଟିରେ ଅସହ୍ୟ ଗରମ
ତେବେ ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ଏବେ ତାପମାତ୍ରା କମ୍ ରହିଛି। ଗତକାଲି ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ବୌଦ୍ଧ ଠାରେ ୩୮ ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡାରେ ୩୬.୬ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ରାଜଧାନୀ ଭୁବନେଶ୍ୱରର ସର୍ବୋଚ୍ଚ ତାପମାତ୍ରା ୩୩.୬ ଡିଗ୍ରୀ ଓ କଟକର ୩୩.୨ ଡିଗ୍ରୀ ରେକର୍ଡ କରାଯାଇଛି।