ଯଦିଓ ଲଘୁଚାପ ଦୁର୍ବଳ ହୋଇଛି, ତଥାପି ରାଜ୍ୟରେ ଆଗାମୀ 4 ଦିନ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଜପତି, ଗଞ୍ଜାମ, ଢେଙ୍କାନାଳ, ରାୟଗଡ଼ର, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ । ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଶୁକ୍ରବାର ପାଇଁ ୩ଟି ଜିଲ୍ଲା ଗଜପତି, ଗଞ୍ଜାମ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣଂ ଜାରି ହୋଇଛି । ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।