ଅର୍ଗସ ବ୍ୟୁରୋ : ରାୟଗଡ଼ ସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରର ଏକାଦଶତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଘଷି ପାଇକ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ଏହି କାର୍ଯ୍ୟକ୍ରମ । ଏଥିରେ ମୁଖ୍ୟ ଅତିଥି ଭାବେ ମୋହନା ବିଧ୍ୟାୟକ ଦାଶରଥି ଗମାଙ୍ଗ, ମୁଖ୍ୟ ବକ୍ତା ଭାବେ ଆରଏସଏସ ର ଜିଲ୍ଲା ସଂଘଚାଳକ ଗୌରାଙ୍ଗ ପାଣଗ୍ରାହି, ସମ୍ମାନିତ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ପୂର୍ଣାବାସୀ ନାୟକ, ଜିଲ୍ଲା ପରିଷଦ ସଭ୍ୟ ଶ୍ରୀମତୀ ଗୌତମୀ ଜାନୀ, ରାୟଗଡ଼ ସରପଞ୍ଚ ଶ୍ରୀମତୀ ସୁଷମା ଶବର, abeo ଧନେଶୋର କହଁର ଉପସ୍ଥିତ ଥିଲେ । ବିଦ୍ୟାଳୟର ସମ୍ପାଦକ ନରସିଂହ ନାୟକ ଓ ପ୍ରଧାନ ଶିକ୍ଷକ ମଞ୍ଚାସୀନ ଥିଲେ । ଏହି କାର୍ଯ୍ୟକ୍ରମକୁ ଗୁରୁଜୀ ଓ ଗୁରୁମା ପରିଚଳନା କରିଥିଲେ ।
ଅର୍ଗସ ବ୍ୟୁରୋ: ମଧ୍ୟପ୍ରଦେଶ ଭୋପାଳ ଠାରେ ବେଶ ଧୁମଧାମରେ ପାଳନ କରାଯାଉଛି ୧୦ମ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ । ସମ୍ବଲପୁରୀ ପରିବାର ଭୋପାଳ ପକ୍ଷରୁ ଆୟୋଜିତ ହେଉଛି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ । ରାଜ୍ୟ ବାହାରେ ଅଛନ୍ତି ହେଲେ ନିଜର କଳା ସଂସ୍କୃତି ଭୁଲିନାହାନ୍ତି ସେଠାରେ ବସବାସ କରୁଥିବା ପଶ୍ଟିମ ଓଡିଶାବାସୀ।
ଏହି କାର୍ଯ୍ୟକ୍ରମର ଯୋଗଦେବା ପାଇଁ ପଶ୍ଚିମ ଓଡିଶାରୁ କଳାକାର ଯୋଗଦେଇଛନ୍ତି । ସମ୍ବଲପୁରୀ ନାଚ ଗୀତରେ କମ୍ପି ଉଠିଛି ପୁରା ପରିବେଶ। ପ୍ରଥମେ ଇଷ୍ଟଦେବୀ ମାଁ ସମଲେଶ୍ଵରୀଙ୍କ ପୂଜାର୍ଚ୍ଚନା ପରେ ଆରମ୍ଭ ହୋଇଛି ସାଂସ୍କୃତିକ କାର୍ଯ୍ୟକ୍ରମ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଜାତୀୟ ସୁରକ୍ଷା ସଚେତନତା ଅଭିଯାନ ପକ୍ଷରୁ ମଧୁସୂଦନ ଆଇନ୍ ବିଶ୍ୱବିଦ୍ୟାଳୟ ଏବଂ ରେଭେନ୍ସା ବିଶ୍ଵବିଦ୍ୟାଳୟ ର ରାଜନୀତି ବିଜ୍ଞାନ ବିଭାଗର ମିଳିତ ଆନୁକୁଲ୍ୟରେ ଆଜି ଦେଶରେ ଗୋଟିଏ ଆଇନ୍ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନା ଚକ୍ରରେ ମଧୁସୂଦନ ଆଇନ୍ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର୍ ଡକ୍ଟର କମଲ ଜିତ୍ ସିଂ, ସୁପ୍ରିମ କୋର୍ଟର ଆଇନଜୀବୀ ଆନନ୍ଦ ମିଶ୍ର, ଏବଂ ନୂଆଦିଲ୍ଲୀ ସ୍ଥିତ ଜାତୀୟ ସୁରକ୍ଷା ସଚେତନତାର ଉପ ସଭାପତି ଡକ୍ଟର ମିଥିଲେସ ଝା ବକ୍ତା ଭାବରେ ଯୋଗଦେଇ ସମ୍ପ୍ରତିକ ଦେଶରେ ଆଇନ୍ ବ୍ୟବସ୍ଥାର ତର୍ଜମା କରିଥିଲେ। ପ୍ରତ୍ୟେକ ନାଗରିକଙ୍କ ପାଇଁ ଗୋଟିଏ ଦେୱାନି କୋର୍ଟ ପ୍ରଚଳନ ହେବା ଆବଶ୍ୟକ ବୋଲି ସମସ୍ତେ ମତ ପ୍ରକାଶ କରିଥିଲେ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ମାଲକାନଗିରି : ଅବକାରୀ ବିଭାଗ ହାବୁଡରେ ପଡିଲେ ଗଞ୍ଜେଇ ଚୋରା ଚାଲାଣ କାରୀ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଅଞ୍ଚଳରୁ ଏକ କାର ଯୋଗେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ସମୟରେ ମାଲକାନଗିରି ଅବକାରୀ ବିଭାଗ ହାତରେ ଧରା ପଡିଲା ଜଣେ ଚୋରା ଚାଲାଣ କାରୀ । ସୂଚନା ମୁତାବକ ମାଲକାନଗିରି ସହର ନିକଟରେ ଥିବା ଗୌଡ଼ଗୁଡା ଛକ ଠାରେ ଅବକାରୀ ବିଭାଗର କର୍ମଚାରୀ ମାନେ ଗୁଇନ୍ଦା ସୂଚନା ପାଇ ପେଟ୍ରଲିଙ୍ଗ କରୁଥିବା ସମୟରେ ଦ୍ରୁତ ଗତିରେ ଏକ କାର ମାଲକାନଗିରି ସହର ଆଡ଼କୁ ଆସୁଥିବା ଦେଖିବାକୁ ପାଇଥିଲେ ।
ଅଧିକ ପଢନ୍ତୁ : ଗଞ୍ଜେଇ ଚୋରା ଚାଲାଣର ମାଷ୍ଟର ମାଇଣ୍ଡ ହୋମଗାର୍ଡ
ପରେ ସନ୍ଦେହ ହେବାରୁ ଉକ୍ତ କାରକୁ ଅଟକାଇ ଯାଞ୍ଚ କରିବାରୁ ସେଠାରୁ 88 କେଜି ଗଞ୍ଜେଇ ବାହାରି ଥିଲା । ଯାହାର ଆନୁମାନିକ ବଜାର ମୁଲ୍ୟ 8 ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ହୋଇଥିବା ବେଳେ ଏହି ଚୋରା ଚାଲାଣରେ ସାମିଲ ଥିବା ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଅବକାରୀ ଉପ ନିରୀକ୍ଷକ।