ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସହ ଅକସ୍ମାତ ବନ୍ୟା ପରିସ୍ଥିତି ଉପୂଜିପାରେ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହି । ଫଳରେ ଅଶାନ୍ତ ହେବ ସମୁଦ୍ର । ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି । ସେହିଭଳି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ, ସୋନପୁର, ନୂଆପଡା, କଳାହାଣ୍ଡି, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।
କାଲି ସକାଳ ପର୍ଯ୍ୟନ୍ତ ସର୍ବାଧିକ ବର୍ଷାର ପ୍ରଭାବ ରହିବ । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଝାରସୁଗୁଡା, ବରଗଡ ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେଟି ପଶ୍ଚିମବଙ୍ଗ, ଝାଡଖଣ୍ଡ ଦେଇ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଉପର ମହାନଦୀ କ୍ୟାଚ୍ମେଣ୍ଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ମହାନଦୀ ସମେତ ବିଭିନ୍ନ ଶାଖା ନଦୀ ପୁଣି ଫୁଲିବାର ଆଶଙ୍କା ରହିଛି । xତ ୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୨୫୩ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଚିତ୍ରକୋଣ୍ଡାରେ ୨୨୫ ମିଲିମିଟର, କୋରାପୁଟ ଲମତାପୁଟରେ ୧୩୨ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର