ଅଧିକ ପଢନ୍ତୁ ଓଡ଼ିଶା ଖବର
ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ । ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି । ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ସୃଷ୍ଟି କରେ । ସେ ଗାଇଥିବା ଭକ୍ତି ସଙ୍ଗୀତ ପ୍ରତି ଦେଶ ବିଦେଶରେ ଲୋକଙ୍କର ବେଶ୍ ଆଦର ରହିଛି । ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଛି ।
ହେ ଚକାନୟନ.., ମୁଁ ଯେ ଦେଉଳ ବେଢ଼ା ଦୀପ…, ଏକା ମୋ ଜଗା ସବୁରି ମୂଳ…, ହେଉଛି ଶାନ୍ତିଲତା ବାରିକ ଛୋଟରାୟଙ୍କର ଏକ ଲୋକପ୍ରିୟ ଭଜନ । ଶାନ୍ତିଲତା ବାରିକଙ୍କର ପ୍ରତିଟି ଭଜନ ସେ କାଳିଆ ସାଆନ୍ତ ଏବଂ ଶ୍ରୀକୃଷ୍ଣଙ୍କ ଲାଗି ସମର୍ପଣ କରିଥିବା ଦେଖିବାକୁ ମିଳେ ।