ଘର
ଓଡ଼ିଶା
ତାଙ୍କର ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ତାଙ୍କର ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
by Jitendra Dash
ଅର୍ଗସ ବ୍ୟୁରୋ : ଓଡ଼ିଶା ଭକ୍ତି ସଙ୍ଗୀତର ସ୍ୱନାମଧନ୍ୟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକ ଛୋଟରାୟଙ୍କ ବିୟୋଗ ଖବର ଶୁଣି ଦୁଃଖି ପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କର ଗୀତରେ ଆଧ୍ୟାତ୍ମିକତାର ଆବେଗ ଓ ସମର୍ପଣ ଭାବନା ଥିଲା । ସଙ୍ଗୀତ ମାଧ୍ୟମରେ ସେ ଓଡ଼ିଶାର ସଂସ୍କୃତି ଓ ଶ୍ରୀଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡିଥିଲେ । ତାଙ୍କର ବିୟୋଗରେ ସଙ୍ଗୀତ ଜଗତରେ ଅପୂରଣୀୟ କ୍ଷତି ହୋଇଛି । ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଶାନ୍ତିଲତା ବାରିକ ଛୋଟରାୟ ଓଡ଼ିଆ ଭକ୍ତି ସଙ୍ଗୀତର ଜଣେ ଅତି ପରିଚିତ ଓ ଆପଣାର ନାଁ । ନିଜ କଣ୍ଠର ଯାଦୁଗରୀରେ ଅପୂର୍ବ ଭକ୍ତି ଭାବନା ଯୋଡ଼ି ସେ ଯେଉଁ ସଙ୍ଗୀତ ପରିବେଷଣ କରନ୍ତି । ତାହା ଶ୍ରୋତାଙ୍କ ଭିତରେ ଭକ୍ତି, ସମର୍ପଣ ଏବଂ ସୃଷ୍ଟି କରେ । ସେ ଗାଇଥିବା ଭକ୍ତି ସଙ୍ଗୀତ ପ୍ରତି ଦେଶ ବିଦେଶରେ ଲୋକଙ୍କର ବେଶ୍ ଆଦର ରହିଛି । ତାଙ୍କ ଭଜନ ଓଡ଼ିଶାର କଳା, ସଂସ୍କୃତି ଏବଂ ଶ୍ରୀ ଜଗନ୍ନାଥଙ୍କ ସହ ଲୋକଙ୍କୁ ଯୋଡ଼ିବାରେ ସକ୍ଷମ ହୋଇପାରିଛି ।