ଏଥିପାଇଁ ଡ୍ରେନ୍ ପାଣି ଯାଇ ୱେରେଜ୍ ଲାଇନ୍ରେ ପଶୁଛି। ଘର ଭିତରେ ମଳ ଓ ନର୍ଦ୍ଦମା ପାଣି ଭାସୁଛି। ବାରମ୍ବାର ଗୁହାରି ଜଣାଇବା ସତ୍ତ୍ୱେ ବିଏମ୍ସି ଡ୍ରେନ୍ କାମ କରୁନି। ବର୍ଷା ହେଲେ ସ୍ଥିତି ସାଙ୍ଘାତିକ ହେଉଛି। ଘରେ ମଳ ପାଣି ପଶିବା ଯୋଗୁ ଲୋକେ ନା ଖାଇ ପାରୁଛନ୍ତି ନା ଶୋଇ ପାରୁଛନ୍ତି। ତୁରନ୍ତ କାମ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ୪୫ ନଂ ୱର୍ଡ କର୍ପୋରେଟର ଅମରେଶ ଜେନା ମହିଳାଙ୍କୁ ବୁଝାଶୁଝା କରିବା ପରେ ସେମାନେ ପ୍ରତିବାଦରୁ ହଟିଥିଲେ।
ଅଧିକ ପଢନ୍ତୁ ଓଡ଼ିଶା ଖବର