ଗତ ୧୦ ତାରିଖରେ ପଶ୍ଚିମବଙ୍ଗ ପୂର୍ବ ମେଦିନୀପୁର ଜିଲ୍ଲାର ପାଟସପୁର ଅଞ୍ଚଳରୁ ମାଣିକ ବେରା ତାଙ୍କ ପରିବାର ସହ ଜଗନ୍ନାଥ ଏକ୍ସପ୍ରେସରେ ପୁରୀ ଆସୁଥିଲେ। ତେବେ ପୁରୀ ଏନସିସି ଗେଟ ନିକଟରେ ସେହିଦିନ ଅପରାହ୍ନ ଚାରିଟା ସମୟରେ ଏହି ଦୁଇ ଅଭିଯୁକ୍ତ ତାଙ୍କ ଠାରୁ ସୁନା ଚେନ, ମୋବାଇଲ ଫୋନ ଓ ଭ୍ୟାନିଟି ବ୍ୟାଗ ଛଡାଇ ନେଇଥିଲେ। ଲୁଟ୍ ସମୟରେ ଏହାକୁ ବିଶ୍ବଜିତ ଅଦକ୍ ପ୍ରତିରୋଧ କରିବାରୁ ଦୁଇ ଅଭିଯୁକ୍ତ ରାକେଶ ଓ ବିକାଶ ତାଙ୍କୁ ଛୁରା ମାଡ କରି ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ବିଶ୍ବଜିତଙ୍କୁ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବିଶ୍ବଜିତଙ୍କ ଅଭିଯୋଗ ଆଧାରରେ ଜିଆରପି ଓ ଆରପିଏଫ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଥିବା ବେଳେ ଅଭିଯୁକ୍ତଙ୍କୁ ଆଜି ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।