ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଆରଏସଏସର ମୁଖ୍ୟ ମୋହନ ଭାଗବତ। 3 ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଆରଏସଏସର ସର ସଂଘଚାଳକ ମୋହନ ଭାଗବତ। ନଭେମ୍ବର ୨୫ ଓ ୨୬ରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳ କ୍ଷେତ୍ର ବୈଠକରେ ସେ ଯୋଗଦେବେ । ଭୁବନେଶ୍ୱର ସ୍ଥିତ ତେରାପନ୍ଥରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ପଶ୍ଚିମବଙ୍ଗ, ଓଡିଶା, ଆଣ୍ଡାମାନ ଓ ନିକୋବର ଅଞ୍ଚଳରେ ଥିବା ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳର ୩୫ ଜଣ ସଦସ୍ୟ ଏହି ବୈଠକରେ ସାମିଲ ହେବେ।
ସୁବର୍ଣ୍ଣପୁର: ମାହୁନ୍ତକୁ କଚାଡି ହାତୀ ଫେରାର । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଧନୁଯାତ୍ରାରେ ଅଘଟଣ । ଧନୁଯାତ୍ରାରେ ସାମିଲ ଥିବା ହାତୀ ମାହୁନ୍ତକୁ କଚାଡି ଫେରାର ମାରିଥିବା ସୂଚନା ରହିଛି । ତେବେ ମାହୁନ୍ତ ଜଣକ ସୁରକ୍ଷିତ ଥିବା ଜଣାପଡିଛି । ହାତୀଟି ଗାଁ ମୁହାଁ ହୋଇଥିବା ସୂଚନା ମିଳିଛି ।
ଆଜି ଧନୁଯାତ୍ରାର ଚତୁର୍ଥ ରଜନୀ । କଂସ ମହାରାଜକୁ ହାତୀ ନେଇଥିବାବେଳେ ହଠାତ୍ ହାତୀଟି ପଳାଇବାରେ ଲାଗିଥିଲା । ମାହୁନ୍ତ ଜଣକ ହାତୀକୁ ନିୟନ୍ତ୍ରଣ କରିବା ପାଇଁ ଚେଷ୍ଟା କରିଥିଲେ ହେଁ ହାତୀ ଟି ନିୟନ୍ତ୍ରଣ ହରାଇ ମାହୁନ୍ତକୁ କଚାଡି ଦୌଡ଼ି ପଳେଇ ଥିଲା । ତେବେ ଅନ୍ଧାର ହୋଇଥିବାରୁ ହାତୀକୁ ଖୋଜିବାରେ ବାଧା ସୃଷ୍ଟି ହୋଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ହାତୀର ସନ୍ଧାନ ମିଳି ପାରି ନାହିଁ । ଏବେ ସମସ୍ତେ ହାତୀଟିକୁ ଖୋଜିବାରେ ଲାଗିଥିବାବେଳେ ଯାତ୍ରା ମଧ୍ୟ ବାଧାପ୍ରାପ୍ତ ରହିଛି ।
ଆହୁରି ପଢନ୍ତୁ ଓଡିଶା ଖବର...