ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକମାନଙ୍କର ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକମାନଙ୍କ ଦରମା ୯,୨୦୦ ଟଙ୍କା ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ।
ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମା ୫୦ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ ।