ଅର୍ଗସ ବ୍ୟୁରୋ: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ୨୬ତମ ଗଭର୍ଣ୍ଣର ଭାବେ ଦାୟିତ୍ବ ନେଲେ ସଞ୍ଜୟ ମାଲହୋତ୍ରା । ଆସନ୍ତା ୩ ବର୍ଷ ପାଇଁ ଆରବିଆଇ ଗଭର୍ଣ୍ଣର ପଦରେ ସେ କାର୍ଯ୍ୟ କରିବେ । ଗତ ଡିସେମ୍ବର ୯ ତାରିଖରେ କେନ୍ଦ୍ର ସରକାର ଆରବିଆଇ ଗଭର୍ଣ୍ଣର ଭାବେ ସଞ୍ଜୟ ମାଲହୋତ୍ରାଙ୍କ ନାଁ ଘୋଷଣା କରିଥିଲେ। ଆରବିଆଇ ଗଭର୍ଣ୍ଣର ଭାବେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ କାର୍ଯ୍ୟକାଳ ଗତକାଲି ଶେଷ ହୋଇଛି । ସଂଜୟ ମାଲହୋତ୍ରା ଶକ୍ତି , ଅର୍ଥ, ଆଇଟି, ଟ୍ୟାକ୍ସ, ମାଇନ୍ସ ବିଭାଗରେ ଅଭିଜ୍ଞତା ସହ ୩୩ ବର୍ଷ କାର୍ଯ୍ୟ କରିଛନ୍ତି। ୧୯୯୦ ବ୍ୟାଚ୍ ରାଜସ୍ଥାନ କ୍ୟାଡର ଆଇଏଏସ୍ ଅଫିସର ସଞ୍ଜୟ ମାଲହୋତ୍ରା ରାଜସ୍ବ ମନ୍ତ୍ରାଳୟର ସଚିବ ଭାବେ କାର୍ଯ୍ୟ କରୁଥିଲେ । ୨୦୧୮ରୁ ଆରବିଆଇ ଗଭର୍ଣ୍ଣର ଭାବେ କାର୍ଯ୍ୟ କରି ଆସୁଥିଲେ ଶକ୍ତିକାନ୍ତ ।