ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ଘଡଘଡି ସହିତ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆଜି ପୂର୍ବାହ୍ନ ସୁଦ୍ଧା ଉପକୂଳ ଓଡ଼ିଶା ସମେଚ ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, ଗଜପତି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ଆଗାମୀ ୨୬ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି ।