ଗତକାଲି ରାତିରେ ବ୍ରହ୍ମପୁର ଭାପୁର ବଜାର ଦଳୁଆ ସାହିରେ ଥିବା ବେଳେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲକୁ ନିଆଯାଇଥିଲା। କିନ୍ତୁ ହସ୍ପଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୃତ୍ୟୁରେ ପୁରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
ଅଧିକ ପଢ଼ନ୍ତୁ ରାଜନୀତି ଖବର
ଅର୍ଗସ ବ୍ୟୁରୋ: ବରିଷ୍ଠ ବିଜେପି ନେତା ତଥା ଉତ୍କଳ ପ୍ରସଙ୍ଗର ପୂର୍ଵତନ ସମ୍ପାଦକ ଏବଂ ବ୍ରହ୍ମପୁର ସମ୍ବାଦ ସାହିତ୍ୟଘରର ସଭାପତି ସତୀଶ ପାତ୍ରଙ୍କ ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା।
ଗତକାଲି ରାତିରେ ବ୍ରହ୍ମପୁର ଭାପୁର ବଜାର ଦଳୁଆ ସାହିରେ ଥିବା ବେଳେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲକୁ ନିଆଯାଇଥିଲା। କିନ୍ତୁ ହସ୍ପଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ମୃତ୍ୟୁରେ ପୁରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
ଅଧିକ ପଢ଼ନ୍ତୁ ରାଜନୀତି ଖବର
ଅର୍ଗସ ବ୍ୟୁରୋ: ଅଳ୍ପ କିଛି ଲୋକଙ୍କ ପାଇଁ ଦେଶରେ ବଦନାମ ହୋଇଥିଲା ଉତ୍ତରପ୍ରଦେଶ । କିନ୍ତୁ ଏବେ ଉତ୍ତରପ୍ରଦେଶ ପ୍ରତି ଲୋକମାନଙ୍କ ଧାରଣା ବଦଳିଛି । ଉତ୍ତରପ୍ରଦେଶ ଏବଂ ଗୋରଖପୁର ଲୋକମାନଙ୍କୁ ଆଗଧାଡିରେ ସ୍ଥାନ ମିଳୁଛି । ଗୋରଖପୁରରେ ରେଗାଲିଆ ରିସୋର୍ଟ ଏବଂ ବ୍ୟାଙ୍କୁଏଟ୍ ହଲ୍ ଉଦଘାଟନ ଅବସରରେ ଏହା କହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଗତ ଫେବ୍ରୁଆରି ମାସରେ 40 ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ଆସିଛି । ପୂର୍ବରୁ ଏହି ପରିମାଣ 10ରୁ 12 ଲକ୍ଷ କୋଟି ମଧ୍ୟରେ ସୀମିତ ଥିଲା । ସମୟ ସହିତ ତାଳଦେଇ ଉତ୍ତରପ୍ରଦେଶ ଆଗକୁ ବଢୁଥିବା କହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ : ଫିଲ୍ମ ଷ୍ଟାଇଲରେ ଅପହରଣ ଉଦ୍ୟମ ଫେଲ୍ । କମିଶନରେଟ ପୋଲିସର ବଡ଼ଗଡ଼ ଥାନାକୁ ବଡ଼ ସଫଳତା । ଦୁର୍ଘଟଣାକୁ କେନ୍ଦ୍ର କରି ଜଣେ ଡ୍ରାଇଭରଙ୍କୁ ଅପହରଣ କରୁଥିବା ଅଭିଯୁକ୍ତଙ୍କୁ କାବୁ କରିଛି ବଡ଼ଗଡ଼ ଥାନା ପୋଲିସ । ରବି ଟକିଜ ଛକ ନିକଟରେ ଏକ ପିକ ଅପ ଭ୍ୟାନ ସହ ଗୋଟିଏ ଡିଜେ ଗାଡିର ସାମାନ୍ୟ ଧକ୍କା ହୋଇଥିଲା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଯାହାକୁ କେନ୍ଦ୍ର କରି ଡିଜେ ଗାଡି ପିକଅପ ଭ୍ୟାନ ଡ୍ରାଇଭରଙ୍କୁ ଆକ୍ରମଣ କରିଥିଲେ । ଏପରିକି ଜୋର ଜବରଦସ୍ତ ଡ୍ରାଇଭର ଜଣଙ୍କୁ ଲକ୍ଷାଧିକ ଟଙ୍କା ଦାବି କରି ଉଠାଇନେଇଥିଲେ । ଅପହରଣକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।
ଅର୍ଗସ ବ୍ୟୁରୋ : ତେଲେଙ୍ଗାନା ଡିଣ୍ଡିଗୁଲ ବାୟୁସେନା ଏକାଡେମୀରେ ଟ୍ରେନିଂବେଳେ ଅଘଟଣ । ପାଇଲଟସ୍ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ଦୁଇ ଭାରତୀୟ ବାୟୁସେନା ପାଇଲଟଙ୍କ ମୃତ୍ୟୁ ହୋଇଛି । ମୃତ ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ଥିବା ସୂଚନା ଦେଇଛନ୍ତି ଭାରତୀୟ ବାୟୁସେନା ଅଧିକାରୀ ।
ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି । ଖବର ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମୀରେ ଟ୍ରେନିଂ ବେଳେ ବିମାନ ପିସି-୭ ଏମକେ-୨ କ୍ରାସ୍ ହୋଇଛି । ଏଥିରେ ଦୁଇ ଜଣ ପାଇଲଟ ଥିଲେ । ଜଣେ ପ୍ରଶିକ୍ଷକ ଓ ଆଉ ଜଣେ କ୍ୟାଡେଟ୍ ସାମିଲ ଥିଲେ ।
ଅଧିକ ପଢନ୍ତୁ ଭାରତ ଖବର
ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି । ସୋସିଆଲ ମିଡିଆରେ ରାଜନାଥ ସିଂ ଲେଖିଛନ୍ତି, ‘ହାଇଦ୍ରାବାଦ ପାଖରେ ହୋଇଥିବା ବିମାନ ଦୁର୍ଘଟଣା ବିଷୟରେ ଜାଣି ଅତନ୍ତ ଦୁଃଖିତ । ଏଥିରେ ଦୁଇଜଣ ପାଇଲଟଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ । ତାଙ୍କ ପରିବାର ପ୍ରତି ମୋର ସମବେଦନା ।