ଭୁବନେଶ୍ୱର: ନିକଟରେ ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍ ଅଧିକାରୀମାନଙ୍କୁ ଗୁରୁ ଦାୟିତ୍ୱ ଦେଇଛନ୍ତି । ଅସିତ ତ୍ରିପାଠୀ ରାଜ୍ୟର ମୁଖ୍ୟ ଶାସନ ସଚିବ ହୋଇଥିବା ବେଳେ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କୁ ନିର୍ବାଚନ କମିଶନର କରାଯାଇଛି ।
ଠିକ୍ ସେହିଭଳି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ରଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ନିଯୁକ୍ତି ମିଳିବା ପରେ ଏହି ପୋଷ୍ଟରେ ଥିବା ୧୯୮୫ ବ୍ୟାଚ୍ର ଆଇଏଏସ୍ ଅଫିସର୍ ଗଗନ ଧଳ ଚାକିରିରୁ ଇସ୍ତଫା ଦେଇଛନ୍ତି ।
ଗଗନ ଧଳ ୨୦୨୦ ମସିହା ଜାନୁଆରୀ ମାସରେ ଚାକିରିରୁ ଅବସର ନେଇଥା’ନ୍ତେ । ତା’ ପୂର୍ବରୁ ସେ କାହିଁକି ଅବସର ନେଲେ ତାକୁ ନେଇ ଚର୍ଚ୍ଚା ଜୋର ଚାଲିଛି ।
କଟକ : ଡ୍ରାଇଭର ଙ୍କୁ ମାଡ଼ ମାରି ୧ଲକ୍ଷ ୨୦ ହଜାର ଜରିମାନା ଗଣିଲେ ବାଲିଘାଟ ମାଲିକ। ସୋମବାର ଦିନ ନୂଆପାଟଣା ଗ୍ରାମର ଡ଼୍ରାଇଭର ପିତାମ୍ବର ନାୟକଙ୍କୁ ବିନା କାରଣ ରେ ବ୍ରହ୍ମପୁରା ବାଲିଘାଟ ନିକଟରେ ମାଡ଼ ହୋଇଥିଲା। ଡ୍ରାଇଭର ବ୍ରହ୍ମପୁରା ବାଲିଘାଟକୁ ବାଲି ଆଣିବା ପାଇଁ ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ। ଏହାର ପ୍ରତିବାଦରେ ମଙ୍ଗଳବାର ବ୍ରହ୍ମପୁରା ବାଲିଘାଟ ନିକଟରେ ନରସିଂହପୁର ଡ୍ରାଇଭର ମହାସଂଘ ପକ୍ଷରୁ ଶହେରୁ ଉର୍ଦ୍ଧ୍ବ ଡ୍ରାଇଭର ବାଲିଘାଟ କୁ ବନ୍ଦ କରି ରଖିଥିଲେ।
ଅଧିକ ପଢନ୍ତୁ ଓଡିଶା ଖବର
ଆଜି ନିଜିଗଡ଼ ସ୍ଥିତ ଡ୍ରାଇଭର ସଙ୍ଘ ମୁଖ୍ୟ କାର୍ଯ୍ୟାଳୟରେ ବାଲିଘାଟ ପରିଚାଳକ, ମାଲିକ ଓ ଆହତ ଡ୍ରାଇଭରଙ୍କ ସହ ନରସିଂହପୁର ଡ୍ରାଇଭର ମହାସଙ୍ଘ ର ସଭାପତି, ଉପସଭାପତି ଙ୍କ ସମେତ ପଚାଶରୁ ଉର୍ଦ୍ଧ୍ବ ଡ୍ରାଇଭର ଏକଜୁଟ ହୋଇ ବାଲିଘାଟ ଉପରେ ୧ଲକ୍ଷ ୨୦ ହଜାର ଟଙ୍କାର ଜୋରିମାନା ଆଦାୟ ସହ ଭବିଷ୍ୟତରେ କୌଣସି ଡ୍ରାଇଭରଙ୍କୁ ଆକ୍ରମଣ ନ କରିବାକୁ ଉପଦେଶ ଦେଇଛନ୍ତି।
ଭୁବନେଶ୍ୱର: ଭଣ୍ଡ ତ୍ରିକାଳ ଦର୍ଷୀ ବାବା ଓ ମାତାଙ୍କ କଳା କାରନାମା । ଘର ଭାଙ୍ଗିଲେ ସମ୍ପତ୍ତି ଲୁଟିନେଲେ । ମହିଳାଙ୍କ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ । ପୂର୍ବରୁ ସ୍ୱାମୀକୁ ଗିରଫ କରିଥିଲା ଏବେ ସ୍ତ୍ରୀକୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ ।
ଅଭିଯୋଗ ଅନୁସାରେ ଘରର ସମସ୍ୟା ଦୂର ପାଇଁ ନିଜକୁ ମାତା ବୋଲାଉଥିବା ରିନି ନାମକ ଜଣେ ମହିଳାଙ୍କୁ ଭେଟିଥିଲେ ଅଭିଯୋଗକାରୀ । ବିଭିନ୍ନ କଥା କହି ଅଭିଯୋଗକାରୀ ମହିଳାଙ୍କ ମନରେ ବିଶ୍ୱାସ ଜନ୍ମାଇଥିଲେ ମାତା ରିନି । ଏପରିକି ପୂଜା କଲେ ସମସ୍ୟାର ସମାଧାନ ହେବ ତାହାର ବାଟ ବତାଇ 5 ଲକ୍ଷ ଟଙ୍କା ନେଇ ଯାଇଥିଲେ ।
ପରେ ମହିଳାଙ୍କୁ କିଛି ସୁଫଳ ନମିଳିବାରୁ ଠକେଇ ନେଇ ବଡଗଡ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ରିନି ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏବେ ଖୋଜା ଚାଲିଛି ପବନରେ ହୁକୁମ ଦେଉଥିବା ବାବା କେଉଁଠି ।
ଆହୁରି ପଢନ୍ତୁ ଅପରାଧ ଖବର...
ଭଦ୍ରକ : ଚାନ୍ଦବାଲି ବ୍ଲକ ଜଳଧରପୁର ଗ୍ରାମରେ ନିଆଁ ଲାଗି ଏକ ବାଇକ,ଦୁଇ ବଖରା ଘର ସହିତ ଲକ୍ଷାଧିକ ଟଙ୍କାର ଆସବାପତ୍ର ପୋଡି ଯାଇଥିବା ଦେଖିବାକୁ ମିଳିଛି। ତେବେ ସୂଚନା ଅନୁଯାୟୀ ଗତକାଲି ସନ୍ଧ୍ୟା ସମୟରେ ଜଳଧରପୁର ଗ୍ରାମର ଜଗନ୍ନାଥ ନାୟକଙ୍କ ଘରେ ଇଲେଟ୍ରିକ ସଟ୍ ସର୍କିଟ୍ କାରଣରୁ ନିଆଁ ଲାଗିଯାଇଥିଲା । ପରେ ନିଆଁ ଅଧିକ ବ୍ୟାପିବା କାରଣରୁ ଘରେ ଥିବା ଏକ ଗ୍ଲାମର ବାଇକରେ ମଧ୍ୟ ନିଆଁ ଲାଗିଯାଇଥିଲ ।
ଅଧିକ ପଢନ୍ତୁ : ୨ ଗୁରୁତରଙ୍କୁ କଟକ ଏସସିବିକୁ ସ୍ଥାନାନ୍ତର,୩ ଆହତ
ଯାହା ଫଳରେ ବାଇକ ଟାଙ୍କି ଫାଟିବାରୁ ନିଆଁଟି ସଙ୍ଗେ ସଙ୍ଗେ ଚାରିଆଡକୁ ବ୍ୟାପିଯାଇଥିଲା । ଯାହା ଫଳରେ ଘରେ ଥିବା ସୁନା ଅଳଙ୍କାର ଓ ଟଙ୍କା ପଇସା ସହିତ ଅତି ଆବଶ୍ୟକ କାଗଜପତ୍ର ପୋଡି ପାଉଁଶ ହୋଇଯାଇଥିବା ଅଭିଯୋଗ ହୋଇଛି। ତେବେ ଖବର ପାଇ ଚାନ୍ଦବାଲି ଦମକଳ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି।