ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧ୍ୟକ୍ଷତାରେ ବସିଥିବା ଆଜିର ବୈଠକରେ ଏହା ଚୂଡ଼ାନ୍ତ ହୋଇଛି । ଏହି ଅନୁମୋଦିତ ବୀମା ଯୋଜନା ଦ୍ବାରା ପ୍ରାୟ ୨୫ ଶହ ସେବକ ପରିବାର ସ୍ବାସ୍ଥ୍ୟ ବୀମା ସୁବିଧା ପାଇବେ ।
ଏହି ଯୋଜନାରେ ପ୍ରତି ପରିବାରକୁ ଚିକିତ୍ସା କ୍ଷେତ୍ରରେ ୨ ଲକ୍ଷ ଟଙ୍କାର ମୌଳିକ ବୀମା ସୁରକ୍ଷା ଓ ଗୁରୁତର ଅସୁସ୍ଥତା କ୍ଷେତ୍ରରେ ୧ ଲକ୍ଷ ଟଙ୍କାର ଅତିରିକ୍ତ ସହାୟତା ମିଳିବ । ପୁନଶ୍ଚ କ୍ୟାନ୍ସର ଓ କିଡ଼ନୀ ପ୍ରତିରୋପଣ କ୍ଷେତ୍ରରେ ୨୫ ଜଣ ପର୍ଯ୍ୟନ୍ତ ଚିକିତ୍ସିତ ବ୍ୟକ୍ତିଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ବୀମା ସୁରକ୍ଷା ଉପଲବ୍ଧ ହେବ ।