ଅକ୍ଟୋବର ୨୪ ଦୀପାବଳୀ ଅମାବାସ୍ୟାରେ ପଡ଼ୁଛି ସୂର୍ଯ୍ୟପରାଗ। ସେହିପରି ନଭେମ୍ବର ୮ କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ପଡୁଛି। ଏଥିପାଇଁ ମହାପ୍ରଭୁଙ୍କ ଥିବା ସମସ୍ତ ନୀତି କାନ୍ତି ନିର୍ଦ୍ଧାରିତ ସମୟ ଅନୁଯାୟୀ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।
ଶ୍ରୀମନ୍ଦିର ପରିଚାଳନା କମିଟି ନିଷ୍ପତ୍ତି ଅନୁସାରେ ଆସନ୍ତା ଅକ୍ଟୋବର ୨୪ରେ ଦୀପାବଳୀ ଅମାବାସ୍ୟାରେ ପଡ଼ୁଛି ସୂର୍ଯ୍ୟପରାଗ। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ନୀତି କାନ୍ତିରେ ମଧ୍ୟ ପରିବର୍ତ୍ତନ କରାଯାଇଛି। ଗ୍ରହଣ ସ୍ପର୍ଶ ପରେ ମହାପ୍ରଭୁଙ୍କର ଗ୍ରହଣ ମହାସ୍ନାନ ଆରମ୍ଭ ହେବ। ଗ୍ରହଣ ଭୋଗ ନୀତି ବଢ଼ିବା ପରେ ଅନ୍ୟାନ୍ୟ ନୀତିକାନ୍ତି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ।