ସୂଚନାଅନୁସାରେ, ଗତକାଲି ରାତିରେ ଅମିତ ବାଇକ୍ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ମୁକ୍ତାମାଳାଦେଈପୁର ଶାସନ ଗାଁ ନିକଟରେ କିଛି ଦୁର୍ବୃତ୍ତ ତାଙ୍କୁ ବାଟରେ ଅଟକାଇଥିଲେ। ପରେ ଅମିତଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣି ଫେରାର ହୋଇ ଯାଇଥିଲେ।
ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପୋଲସରା ପୁଲିସ ଓ ପୁରୁଷୋତ୍ତମପୁର ଏସଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି। ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି।