ନିଜ ଆଲେଖ୍ୟ ଏବଂ ବକ୍ତବ୍ୟ ପାଇଁ ଚର୍ଚ୍ଚାରେ ଥିଲେ ସୌମ୍ୟରଞ୍ଜନ। ଆମଘର ହାଲଚାଲରେ ଚର୍ଚ୍ଚାରେ ଥିଲେ ସୌମ୍ୟରଞ୍ଜନ। ଆଦେଶ ତୁରନ୍ତ କାର୍ଯ୍ୟକାରୀ ପାଇଁ ପ୍ରେସ ବିଜ୍ଞପ୍ତି ଜାରି ହୋଇଛି।
ଅଧିକ ପଢ଼ନ୍ତୁ ରାଜନୀତି ଖବର
ଅର୍ଗସ ବ୍ୟୁରୋ: ବିଜେଡି ବିଧାୟକ ସୌମ୍ୟରଞ୍ଜନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ। ବିଜେଡି ଉପସଭାପତି ପଦରୁ ହଟିଲେ ସୌମ୍ୟରଞ୍ଜନ। ପଦରୁ ହଟାଇଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ।
ନିଜ ଆଲେଖ୍ୟ ଏବଂ ବକ୍ତବ୍ୟ ପାଇଁ ଚର୍ଚ୍ଚାରେ ଥିଲେ ସୌମ୍ୟରଞ୍ଜନ। ଆମଘର ହାଲଚାଲରେ ଚର୍ଚ୍ଚାରେ ଥିଲେ ସୌମ୍ୟରଞ୍ଜନ। ଆଦେଶ ତୁରନ୍ତ କାର୍ଯ୍ୟକାରୀ ପାଇଁ ପ୍ରେସ ବିଜ୍ଞପ୍ତି ଜାରି ହୋଇଛି।
ଅଧିକ ପଢ଼ନ୍ତୁ ରାଜନୀତି ଖବର
କଟକ: ବାଙ୍କୀ ଥାନା ଅନ୍ତର୍ଗତ କିଆପଲ୍ଲା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗତ ୨୧ ତାରିଖ ରାତିରେ ଏହି ପଞ୍ଚାୟତର ତାରିଣୀ ଛକ ନିକଟରେ ଥିବା ଏକ ସୁନା ଗହଣା ଦୋକାନରୁ କିଛି ସୁନା ଗହଣା ସହିତ ନଗଦ ୧୨ ହଜାର ଟଙ୍କା ଦୁର୍ବୃତ୍ତ ଚୋରି କରି ନେଇଥିଲେ। ଚୋରି କରିଥିବା ଗହଣାରୁ ଗୋଟିଏ ସୁନା ମୁଦି ବିକ୍ରି କରିବା ପାଇଁ ଚୋର ଜଣକ ତାର ଜଣେ ସମ୍ପର୍କୀୟଙ୍କ ମାଧ୍ୟମରେ ସେହି ଗହଣା ଦୋକାନକୁ ପଠାଇଥିଲା।
ଗହଣା ଦୋକାନୀ ନିଜ ସୁନା ମୁଦିକୁ ଚିନ୍ହି ପାରି ତାକୁ ଅଟକ ରଖିଥିଲେ। ତାକୁ ପଚରାଉଚରା କରିବା ପରେ ସବୁ ସତ କଥା ସାମ୍ନାକୁ ଆସିଥିଲା। ପରେ ଉକ୍ତ ଚୋରକୁ ଧରି ଗ୍ରାମବାସୀ ପୋଲିସ ଜିମା ଦେଇଥିଲେ। ବାଙ୍କୀ ପୋଲିସ ଉକ୍ତ ଚୋରକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି। ସେପଟେ ବାରମ୍ବାର ଏହି ଅଞ୍ଚଳରେ ଚୋରି ହେଉଥିଲେ ମଧ୍ୟ ପୋଲିସ ଚୋରଙ୍କୁ ଧରିବାରେ କେବେ ସଫଳ ହୋଇ ନଥିବା ବେଳେ ସାମାନ୍ୟ ଭୁଲରୁ ନିଜେ ଚୋର ନିଜ ହାତରେ ଧରାପଡିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ମୌସୁମୀ ଫେରିବା ସମୟ ଉପନୀତ। ଏହାର ଅବ୍ୟବହିତ ପୂର୍ବରୁ ଓଡିଶାକୁ ଦେଖାଗଲାଣି ବାତ୍ୟା ଭୟ। ଅକ୍ଟୋବର ପ୍ରଥମ ସପ୍ତାହରେ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏପରିକି ବାତ୍ୟାଟି ଓଡିଶାମୁହାଁ ହୋଇପାରେ ବୋଲି କିଛି ମଡେଲର ଆକଳନରୁ ସୂଚନା ମିଳୁଛି।ଓଡ଼ିଶା ପାଇଁ ଅକ୍ଟୋବର ମାସ ସବୁବେଳେ ଅଶୁଭ ସାଜି ଆସିଥିବାବେଳେ ପୁଣି ଚଳିତ ବର୍ଷ ମଧ୍ୟ ସେହି ଡର ଘନେଇଲାଣି । ଅଶାନ୍ତ ହେଉଛି ଆଣ୍ଡାମାନ ସାଗର । ୟୁରୋପିଆନ୍ ମଡେଲ୍ ର ଆକଳନ ଅନୁଯାୟୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟ ତୃତୀୟ ସପ୍ତାହ ଶେଷ ଆଡକୁ ଶକ୍ତିଶାଳୀ ହେବାର ସମ୍ଭାବା ରହିଛି । ଆଇଏମଡି ମଡେଲ ମଧ୍ୟ ସମାନ ଆକଳନ କରିଛି ।
ପଶ୍ଚିମ ବାୟୁ ସହ ଜଡିତ ବିଷୁବରେଖା ନିକଟସ୍ଥ ତରଙ୍ଗର ଉପସ୍ଥିତି ଯୋଗୁଁ ଚଳିତ ମାସ ଶେଷ ବେଳକୁ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେ ଧୀରେ ଅଧିକ ଘନୀଭୂତ ହୋଇ ଅକ୍ଟୋବର ୨ରୁ ୩ ଆହକୁ ଏକ ସାମୁଦ୍ରିକ ଝଡ ବା ବାତ୍ୟାର ରୂପ ନେଇପାରେ। ଏହା ଓଡିଶାମୁହାଁ ହେବାର ଅଧିକ ସମ୍ଭାବନା ରହିଥିବା ଆକଳନରୁ ଜଣାପଡୁଛି।
ପର୍ଯ୍ୟାୟକ୍ରମେ ଦେଖିବାକୁ ଗଲେ, 12 ଅକ୍ଟୋବର ୨୦୧୩ ଅକ୍ଟୋବରରେ ଫାଇଲିନ୍, ୨୦୧୪ ଅକ୍ଟୋବର 12ରେ ହୁଡହୁଡ, ୨୦୧8ରେ ତିତଲିକୁ ସାମନା କରିଛି ଓଡିଶା । ଏହି ଅକ୍ଟୋବର ମାସ ବାତ୍ୟା ଓଡିଶାକୁ ଛାରଖାର କରିବାର ନଜିର ରହିଛି । ଏହା ଛଡା 1999 ମସିହା ମହାବାତ୍ୟାକୁ ଏବେ ବି ଲୋକ ଭୁଲି ନାହାନ୍ତି ।
୨୦୧୩ ଅକ୍ଟୋବରରେ ସଙ୍ଗଠିତ ଫାଇଲିନ ବାତ୍ୟାରେ ପବନର ବେଗ ଥିଲା ଘଣ୍ଟା ପ୍ରତି୨୨୦ କିମି। ରାଜ୍ୟର ୧୮,୩୭୪ ଗ୍ରାମ ଏହି ବାତ୍ୟା ଦ୍ବାରା ପ୍ରଭାବିତ ହୋଇଥିଲା। ୧୩.୨୪ ନିୟୁତ ଲୋକ ଏହି ବାତ୍ୟାରେ ପ୍ରଭାବିତ ହୋଇଥିଲେ ।
ସେହିପରି ୨୦୧୪ଅକ୍ଟୋବରରେ ସଙ୍ଗଠିତ ହୁଡହୁଡ ବାତ୍ୟାରେ ପବନର ବେଗ ଥିଲା ୧୦୦ କିମି ପ୍ରତି ଘଣ୍ଟା। ଏହି ବାତ୍ୟାରେ ୯,୬୫୭ ଗ୍ରାମର ୩.୩୪ ନିୟୁତ ଗ୍ରାମବାସୀ ପ୍ରଭାବିତ ହୋଇଥିଲେ।
2018ରେ ଅକ୍ଟୋବରରେ ଆସିଲା ବାତ୍ୟା ତିତଲି। ଘଣ୍ଟାପ୍ରତି ୧୩୦ କିମି ବେଗରେ ପବନ ବହିବାରୁ ଏହି ବାତ୍ୟାରେ ୮ହଜାର ୬୯୧ ଗ୍ରାମ ପ୍ରଭାବିତ ହୋଇଥିଲା। ୬.୦୩ ନିୟୁତ ବ୍ୟକ୍ତି ଏହି ବାତ୍ୟାରେ ପ୍ରଭାବିତ ହୋଇଥିଲେ।
ସେପଟେ ଗତ 3 ବର୍ଷ ହେବ ଅକ୍ଟୋବର ମାସରେ କୌଣସି ବଡ ପାଣିପାଗ ଜନିତ ସ୍ଥିତି ସୃଷ୍ଟି ହୋଇ ନାହିଁ । ହେଲେ ଚଳିତବର୍ଷ ଏହି ଧାରା ଭାଙ୍ଗିବା ସହ ଏକ ବଡ ପାଣିପାଗ ଜନିତ ସ୍ଥିତି ସୃଷ୍ଟି ହେବା ନେଇ ଆଶଙ୍କା ଦେଖାଦେଇଛି । ସାଧାରଣତଃ ଦେଖିବାକୁ ଗଲେ ଅକ୍ଟୋବର ମାସରେ ଅସୁଥିବା ବାତ୍ୟା ଗୁଡିକ ଅଧିକ ଶକ୍ତିଶାଳୀ ହୋଇଥାଏ । ବାତ୍ୟାର ସଠିକ ଚିତ୍ର ବର୍ତ୍ତମାନ ପର୍ଯ୍ୟନ୍ତ ମିଳିନାହିଁ ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଭୁବନେଶ୍ୱର: ଅକ୍ଟୋବର ପହିଲାରେ ଲଘୁଚାପ ସମ୍ଭାବନା । ସେପ୍ଟେମ୍ବର ୨୯ ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟାରେ ଉତ୍ତର ଆଣ୍ଡାମାନ ସାଗର ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସମ୍ଭାବନା ରହିଛି।
ଏହି ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସେହିପରି ବିଗତ 24 ଘଣ୍ଟାରେ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଥିବା ବେଳେ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ମାଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି l ସର୍ବାଧିକ ବର୍ଷା ମୟୂରଭଞ୍ଜ ଜିଲ୍ଳାର କପ୍ତିପଦାଠାରେ ରେକର୍ଡ କରାଯାଇଛି l
ଅଧିକ ପଢନ୍ତୁ ଓଡ଼ିଶା ଖବର