ଏଭଳି କ୍ଷମତା ଉପଭୋଗ କରିବାର ଯୋଗ୍ୟତା ତୁମର ଅଛି କି ନାହିଁ ସଭାରେ ବସିଥିବା ଲୋକ ଓ ବିଜୁ ବାବୁଙ୍କ ଜନ୍ମ ଜୟନ୍ତୀ ପାଳନ କରୁଥିବା ଲୋକେ ନିଜକୁ ନିଜେ ପଚାରି ତାର ଉତ୍ତର ଖୋଜିବା ଦରକାର ବୋଲି ସେ କହିଛନ୍ତି। ସେହିପରି ଓଡ଼ିଆରେ କଥା ଅଛି ‘ମୋ ଅଜାଙ୍କ ନିଜ ନିଶ ଥିଲା, ହେଲେ ମୋର ତ ନାହିଁ’। ଅଜାଙ୍କ ନିଶକୁ ନେଇ ଆମେ କେତେ ଦିନ ଗର୍ବ କରିବା ? ବିଜୁଙ୍କ ପଟ୍ଟନାୟକଙ୍କ ନିଶ, ସାହସ, ନିର୍ଭିକତା ଓ ସପ୍ନକୁ ନେଇ କେତେ ଦିନ ଗର୍ବ କରିବା ? ମୋର ନ ହେଲା ନାହିଁ ମୋ ଅଜାର ନିଶ ଥିଲା।
ଏସବୁ ଅଭ୍ୟାସ ବେଶି ଦିନ ଚାଲିବ ନାହିଁ ବୋଲି ସୌମ୍ୟ କହିଛନ୍ତି । ଆମେ ଯଦି ତାଙ୍କ ଭଳି ହୋଇପାରିବା ତାହାହେଲେ ତାଙ୍କ ଜନ୍ମଦିନ ପାଳନ କରିବା ଠିକ୍ ହେବ। ଅଜାଙ୍କ ନିଶ ଥିଲା କହି ଗର୍ବ ଅର୍ଜନ କଲେ କେହି ଆଉ ସମ୍ମାନ ଦେବେ ନାହିଁ । କିଛି ଦିନ ତଳେ କଟକର ଦି ଲ' କଲେଜର ରୌପ୍ୟ ଜୟନ୍ତୀ ଉତ୍ସବରେ ମଧ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ସରକାରଙ୍କ କାର୍ଯ୍ୟକାରିତା ଉପରେ ପ୍ରଶ୍ନ ଉଠାଇଥିଲେ ସୌମ୍ୟରଞ୍ଜନ।