ଶ୍ରୀମନ୍ଦିରର ପରମ୍ପରାରେ ଏହା ଦ୍ୟୁତକ୍ରୀଡା ନାମରେ ଅଭିହିତ । ସର୍ତ୍ତ ଅନୁଯାୟୀ ଏହି ଦ୍ୟୂତି କ୍ରୀଡାରେ ମା ମହାଲକ୍ଷ୍ମୀଙ୍କ ଠାରୁ ଜଗନ୍ନାଥ ମହାପ୍ରଭୁ ହାରିଯାଇଥିବାରୁ ପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀମାଧବ ସାତଦିନ ପର୍ଯ୍ୟନ୍ତ ଲକ୍ଷ୍ମୀ ମନ୍ଦିରରେ ବନ୍ଧା ରହିବେ। ଅଷ୍ଟମୀ ଦିନ ଅବକାଶ ପୂଜା ସମୟରେ ପୁନଃ ମାଧବ ସିଂହାସନରେ ବିଜେ କରିବେ। ମହାପ୍ରଭୁଙ୍କ ତରଫରୁ ପ୍ରତିନିଧି ମୁଦିରସ୍ତ ଓ ଲକ୍ଷ୍ମୀଙ୍କ ପ୍ରତିନିଧି ଭିତରଚ୍ଛ ମହାପାତ୍ର ୨୧ଟି ହିଙ୍ଗୁଳ କଉଡ଼ି, ୨୧ଟି ରୂପା କଉଡି, ପଶା ଶକଟା ଖେଳମାନ ଖେଳିଥାନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର