କିନ୍ତୁ ଆଜି ବି ଅନେକ ପ୍ରତିଶ୍ରୁତି ଦିଗରେ ହୋଇନି କୌଣସି କାମ । କୁହାଯାଉଛି ନିର୍ବାଚନକୁ ଦୃଷ୍ଟିରେ ରଖି ଆଜି କ୍ୟାବିନେଟ ବୈଠକରେ ଅନେକ ଗୁଡ଼ିଏ ବଡ଼ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ । ଦିନ ୧୦ ଟା ୪୫ ମିନିଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟ ବୈଠକ । ଆଜି ବିଜେଡିର ପଞ୍ଚମ ପାଳି ସରକାରକୁ ୪ ବର୍ଷ ପୂରୁଛି ।୨୦୧୯ ମେ’ ୨୯ ତାରିଖରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍ ବୈଠକ । - ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲା ।
କିନ୍ତୁ ଆଜି ବି ଅନେକ ପ୍ରତିଶ୍ରୁତି ଦିଗରେ ହୋଇନି କୌଣସି କାମ । କୁହାଯାଉଛି ନିର୍ବାଚନକୁ ଦୃଷ୍ଟିରେ ରଖି ଆଜି କ୍ୟାବିନେଟ ବୈଠକରେ ଅନେକ ଗୁଡ଼ିଏ ବଡ଼ ନିଷ୍ପତ୍ତି ନେଇପାରନ୍ତି ରାଜ୍ୟ ସରକାର ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ୧୪ ଦିନ ପରେ ଚନ୍ଦ୍ରପୃଷ୍ଠରେ ଆସନ୍ତାକାଲି ଆସିବାକୁ ଯାଉଛି ସକାଳ । ଭାରତୀୟ ବୈଜ୍ଞାନିକଙ୍କ ମନରେ ନୂଆ ଆଶାର ସଞ୍ଚାର । ଆସନ୍ତାକାଲିର ସୂର୍ଯ୍ୟୋଦୟ ସହ ବିକ୍ରମ ଓ ପ୍ରଜ୍ଞାନ ନିଦରୁ ଉଠିବେ ବୋଲି ଆଶା ପ୍ରକାଶ କରିଛି ଇସ୍ରୋ । ଶିବ ଶକ୍ତି ପଏଣ୍ଟରେ ଆସିବାକୁ ଥିବା ସକାଳ ଭାରତ ମନରେ ଭରି ରହିଛି ଅନେକ ଆଶା । ଏହି ନୂଆ ସକାଳ ସହ ସ୍ଲିପ ମୋଡରୁ ଉଠିବେ ଲ୍ୟାଣ୍ଡର ବିକ୍ରମ ଓ ରୋଭର ପ୍ରଜ୍ଞାନ । ପୁଣି ଥରେ ଲ୍ୟାଣ୍ଡର ଓ ବିକ୍ରମ କେମିତି କାମ କରିବେ ସେ ନେଇ ଉଦ୍ୟମ କରିବ ଇସ୍ରୋ । ବିକ୍ରମ ଲାଣ୍ଡରର ରିସିଭର୍ ଅନ୍ ଥିଲେ ମଧ୍ୟ ପ୍ରବଳ ଥଣ୍ଡା ଓ ଅନ୍ଧାର ଯୋଗୁଁ ଏହାର ସବୁ ଯନ୍ତ୍ରାଂଶ ବନ୍ଦ ରହିଛି ।
ଅଧିକ ପଢନ୍ତୁ : ଚନ୍ଦ୍ରର ଦକ୍ଷିଣ ମେରୁରେ ପୁଣି ଥରେ ହେବାକୁ ଯାଉଛି ସକାଳ
ସୂର୍ଯ୍ୟଙ୍କଠାରୁ ଶକ୍ତି ଆହରଣ କରି ପୁଣି ବିକ୍ରମ ଓ ପ୍ରଜ୍ଞାନ ସକ୍ରିୟ ହେବେ ବୋଲି ଆଶା କରାଯାଉଛି । ଯଦି କୌଣସି କାରଣରୁ ଏହା ସମ୍ଭବ ନ ହୁଏ, ତେବେ ବିକ୍ରମ ଓ ପ୍ରଜ୍ଞାନ ସବୁଦିନ ପାଇଁ ଚନ୍ଦ୍ରପୃଷ୍ଠରେ ଭାରତର ‘ମହାକାଶ ଦୂତ’ ଭାବେ ପଡିରହିବେ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି । ଅଗଷ୍ଟ ୨୩ ସନ୍ଧ୍ୟାରେ ଚନ୍ଦ୍ରଯାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରି ଇତିହାସ ରଚିଥିଲା । ଅବତରଣର କିଛି ଘଣ୍ଟା ପରେ ବିକ୍ରମରୁ ଅଲଗା ହୋଇ ପ୍ରଜ୍ଞାନ ଚନ୍ଦ୍ରପୃଷ୍ଠରେ ବିଚରଣ କରିବା ସହ ଇସ୍ରୋକୁ ବିଭିନ୍ନ ପ୍ରକାର ତଥ୍ୟ ଓ ଫଟୋ ପଠାଇଥିଲା ।
ଉଭୟ ଲ୍ୟାଣ୍ଡର ଓ ରୋଭର ସୂର୍ଯ୍ୟଙ୍କ କିରଣରୁ ଶକ୍ତି ସଂଗ୍ରହ କରି କାର୍ଯ୍ୟ ସମ୍ପାଦନ କରୁଥିଲେ । ତେବେ ଚନ୍ଦ୍ରରେ ରାତି ହେବା ଫଳରେ ସେପ୍ଟେମ୍ବର ୪ରେ ଉଭୟ ବିକ୍ରମ ଓ ପ୍ରଜ୍ଞାନକୁ ଇସ୍ରୋ ପକ୍ଷରୁ ସ୍ଲିପ୍ ମୋଡ୍ରେ ରଖାଯାଇଥିଲା । ଏହି ୧୪ ଦିନ ଚନ୍ଦ୍ରର ଦକ୍ଷିଣ ମେରୁରେ ତାପମାତ୍ରା ମାଇନସ୍ ୨୫୦ ଡିଗ୍ରୀ ଥିବା ବେଳେ ବିକ୍ରମ ଓ ପ୍ରଜ୍ଞାନ ପୁନଃ କାର୍ଯ୍ୟ କରିବା ଏତେଟା ସହଜ ନୁହେଁ । ତେବେ ଯଦି ଇସ୍ରୋ ଲ୍ୟାଣ୍ଡର ଓ ରୋଭରକୁ ସକ୍ରିୟ କରିବାରେ ସଫଳ ହୁଏ ତେବେ ଏହା ଭାରତ ପାଇଁ ବଡ଼ ସଫଳତା ହେବ ।
ଅର୍ଗସ ବ୍ୟୁରୋ : ପାର୍ବଣକୁ ନେଇ ଆକ୍ସନ ମୋଡରେ ପୁରୀ ପୋଲିସ । ପୁରୀ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଲାଗି ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ସ୍ପେଶାଲ ଡ୍ରାଇଭ । ସହରରେ ପ୍ରଚଣ୍ଡ ଶବ୍ଦ କରି ବେପରୁଆ ଭାବେ ଗାଡି ଚାଳକଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୁରୀ ପୋଲିସ । ସହରର ବିଭିନ୍ନ ସ୍ଥାନରେ ବିକୃତ ଶବ୍ଦ କରି ବେପରୁଆ ଭାବେ ଗାଡି ଚଳାଉଥିବା ଗାଡି ଚାଳକଙ୍କ ଠାରୁ ୯ଟି ଗାଡି ଜବତ କରିଛି ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଶବ୍ଦ ପ୍ରଦୂଷଣ ଏବଂ ଅସାନ୍ତ ସୃଷ୍ଟି କରିବା ଅଭିଯୋଗରେ ପୁରୀ ପୋଲିସ ଗାଡି ଚାଳକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ମୋଟ ୯ଟି ଗାଡି ଜବତ କରିବା ସହ ଗାଡି ଗୁଡିକରୁ ବିକୃତ ଶବ୍ଦ ସୃଷ୍ଟି କରୁଥିବା ସାଇଲେନ୍ସରକୁ କାଢ଼ିଛି ପୋଲିସ । ବର୍ତ୍ତମାନ ଗଣେଶ ପୂଜାର ମାହୋଲ ଚାଲିଥିବା ବେଳେ ସହରରେ ଗହଳିଚହଳି ଲାଗିରହିଛି । ଶାନ୍ତିଶୃଙ୍ଖଳା ବଜାୟ ରଖିବା ଲାଗି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି l
ଏହି ସ୍ପେଶାଲ ଡ୍ରାଇଭ ଆଗାମୀ ଦିନରେ ଜାରି ରହିବା ସହ ପ୍ରଚଣ୍ଡ ଶବ୍ଦ ସୃଷ୍ଟି କରି ବେପରୁଆ ଗାଡି ଚାଳନା, ଏବଂ ଆସାମଜିକ ବ୍ୟକ୍ତିଙ୍କ ଉପରେ କଡା ନଜର ରଖିଛି ପୁରୀ ପୋଲିସ । ଗତ ତିନିମାସ ସୁଦ୍ଧା ପୁରୀ ପୋଲିସ ପକ୍ଷରୁ ଡ୍ରିଙ୍କ ଆଣ୍ଡ ଡ୍ରାଇଭରେ ୮ଟି ମାମଲା ରୁଜୁ ହୋଇଥିବା ବେଳେ ଗାଡି ଯାଞ୍ଚ, ନୋ ପାର୍କିଙ୍ଗ, ବିନା ହେଲାମେଟରେ ଗାଡି ଚାଲାଣ, ଗାଡି ଚାଳନା ବେଳେ ମୋବାଇଲ ବ୍ୟବହାର ଏବଂ ଟ୍ରାଫିକ ନିୟମ ଅବମାନନା କରିବା ଅଭିଯୋଗରେ ପୋଲିସ ପକ୍ଷରୁ ୩ହଜାର ୧୩୧ଟି ମାମଲା କରାଯାଇ ୧୬ଲକ୍ଷ ୧୫ହଜାର ୫୦୦ଟଙ୍କା ଫାଇନ୍ ଆଦାୟ କରାଯାଇଥିବା ସାମ୍ବାଦିକ ସମିଳନୀରେ ପୁରୀ ସିଟି ଡିଏସ୍ପି ସୂଚନା ଦେଇଛନ୍ତି ।
ଅର୍ଗସ ବ୍ୟୁରୋ : ମଧ୍ୟପ୍ରଦେଶରେ ଆଦି ଶଙ୍କରାଚାର୍ଯ୍ୟଙ୍କୁ ସମ୍ମାନ । ଖଣ୍ଡଓ୍ବା ଜିଲ୍ଲାରେ ଆଦିଗୁରୁ ଶଙ୍କରାଚାର୍ଯ୍ୟଙ୍କ ୧୦୮ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମାଚିତ । ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏହି ବିଶାଳକାୟ ପ୍ରତି ମୂର୍ତ୍ତିର ଉଦଘାଟନ କରିଛନ୍ତି । ଓମକାରେଶ୍ବର ଖଣ୍ଡୱା ଜିଲ୍ଲାର ନର୍ମଦା ନଦୀ କୂଳରେ ଶଙ୍କରାଚାର୍ଯ୍ୟଙ୍କ ଏହି ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି ।
ଅଧିକ ପଢନ୍ତୁ ଭାରତ ଖବର
ଭଗବାନ ଶିବଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ୧୨ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଓମକାରେଶ୍ବର ଏକ ପ୍ରମୁଖ ପୀଠ । ଅଷ୍ଟମ ଶତାବ୍ଦୀର ଦାର୍ଶନିକ ତଥା ହିନ୍ଦୁ ଧର୍ମର ପୁନଃ ପ୍ରତିଷ୍ଠାତା ଶଙ୍କରାଚାର୍ଯ୍ୟଙ୍କ ୧୦୮ ଫୁଟ ଉଚ୍ଚ ପ୍ରତିମୂର୍ତ୍ତିକୁ ‘ଏକାତ୍ମ ଧାମ’ ଭାବରେ ନାମିତ କରାଯାଇଛି । ଏହି ବିଶାଳ ମୂର୍ତ୍ତି ନର୍ମଦା ନଦୀ କୂଳରେ ଥିବା ସୁନ୍ଦର ମଣ୍ଡଳ ପାହାଡ ଉପରେ ଅବସ୍ଥିତ । ଆଧ୍ୟାତ୍ମିକ ମହତ୍ବ ଦୃଷ୍ଟିରୁ ପର୍ଯ୍ୟଟକଙ୍କୁ ଏହା ଆକର୍ଷିତ କରିବ । ଏହାର ନିର୍ମାଣରେ ଖର୍ଚ୍ଚ ହୋଇଛି ୨୧୪୧ କୋଟିରୁ ଉର୍ଦ୍ଧ୍ବ ଟଙ୍କା ।