ଭୁବନେଶ୍ବରରେ 10 ପ୍ଲାଟୁନ ଫୋର୍ସ ଓ 60 ଅଫିସର ମୁତୟନ ରହିବେ। ଭୁବନେଶ୍ବରର 25ଟି ଜାଗାରେ କଟକଣା ପଏଣ୍ଟ କରାଯିବ। ନାଇଟ୍ କର୍ଫ୍ୟୁ କଡାକଡି ଭାବେ ପାଳନ ହେବ। ଅମାନିଆଙ୍କ ପ୍ରତି କଡା କାର୍ଯ୍ୟାନୁଷ୍ଠାନ ହେବ। କାମ ନଥିଲେ ବାହାରକୁ ନଯିବାକୁ ସେ କହିଛନ୍ତି।

ଭୁବନେଶ୍ଵର: ନାଇଟ୍ କର୍ଫ୍ୟୁକୁ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଜିଠାରୁ କଟକ ଭୁବନେଶ୍ବରରେ ନାଇଟ୍ କର୍ଫ୍ୟୁ ଲାଗୁ ହେବ। 144 ଧାରା ଜାରି ହେବ। ମେଡିକାଲ ଇମରଜନ୍ସି ଥିଲେ କାଗଜପତ୍ର ଦେଖାଇବେ। ବ୍ୟାପକ ପୋଲିସ ମୁତୟନ ହେବେ।

ଅର୍ଗସ ବ୍ୟୁରୋ : ବାହାନଗା ହାଇସ୍କୁଲ ପରିସରର କୁଢ କୁଢ ଶବ। ପଲିଥିନ୍ ଆଉ ଧଳା କାନାର ଆବରଣ ଶୋଇଛନ୍ତି ନିର୍ଜିବ ମଣିଷ। ସମସ୍ତେ ଅପରିଚିତ, ସମସ୍ତେ ନିଥର। କିନ୍ତୁ ଏଇ ଶବ ଗଦା ଭିତରେ ଗୋଟାଏ ହାତ ଥରୁଥିଲା। କହୁଥିଲା, ମୋତେ ଏ ବିବତ୍ସ ପରିବେଶ ଭିତରୁ ମୁକ୍ତି ଦିଏ। ମୃତ ମୁଁ ନୁହେଁ, ମୁଁ ଜୀବିତ। ଦେଖିଲା ଲୋକେ ଚମକି ପଡିବା ସ୍ବଭାବିକ୍। କିନ୍ତୁ ଶବ ଗଦା ଭିତରୁ ଏହି ହାତ ହିଁ କହିଥିଲା, ମୁଁ ବିଶ୍ବଜିତ୍ ଆଜି ମୃତ୍ୟୁଞ୍ଜୟି ହୋଇଛି। ମୃତ୍ୟୁର ପଞ୍ଝାରୁ ମୁକୁଳି ଆସିଛି।
ଦର୍ଶକବନ୍ଧୁ ଆପଣ ଏ ଅବତାରଣା ଶୁଣିବା ପରେ ଭାବୁଥିବେ, ଆମ ସତ କହୁଛୁ ନା ଗପ କହୁଛୁ। ନା...ଆଜ୍ଞା ଏହା ଗପ ନୁହେଁ। ବାହାନଗା ଟ୍ରେନ ଟ୍ରାଜିଡିର ଗୋଟେ ଚମକାଇଲା ଭଳି ଖବର। ମରଣ ମୁହଁରୁ ବଞ୍ଚି ଯାଇଥିବା ଏ ବ୍ୟକ୍ତି ଜଣକ ହେଉଛନ୍ତି ପଞ୍ଚିମବଙ୍ଗର ୨୪ ବର୍ଷିୟ ବିଶ୍ବଜିତ ମଲ୍ଲିକ।
ଜୁନ ୨ ତାରିଖରେ ସାଲିମାର ଷ୍ଟେଶନରେ କରୋମଣ୍ଡଳ ଏକ୍ସପ୍ରେସରେ ଚଢିଥିଲେ ହେଳାରାମ ମଲ୍ଲିକଙ୍କ ପୁଅ ବିଶ୍ବଜିତ୍। ହେଲେ ଗନ୍ତବ୍ୟସ୍ଥଳରେ ପହଞ୍ଚିବା ଆଗରୁ ଟ୍ରେନ ଦୁର୍ଘଟଣାଗ୍ରସ୍ତ ହେଲା। ଖବର ପାଇଁ ହେଳାରାମ ଆଉ ହେଳା ନ କରି ଧାଇଁ ଆସିଲେ ବାଲେଶ୍ବର। ତାଙ୍କ ପୁଅ ବଞ୍ଚିବ ଏଇ ଆଶାରେ ସେ ଆମ୍ବୁଲାନ୍ସ ନେଇ ଦୀର୍ଘ ୨୩୦ କିମି ପଥ ଅତିକ୍ରମ କଲେ। ବାହାନଗାରେ ପହଞ୍ଚି ଛାତିକୁ ପଥର କରି ଗୋଟି ଗୋଟି ମୃତଦେହ ତନଖି କଲେ।
ମିରାକଲ ହେଲା। ଚମକିପଡିଲେ ହେଳାରାମ। ଶବ ଗଦା ଭିତରେ ତାଙ୍କ ପୁଅ ବଞ୍ଚିଥିଲା। ବାପାର ବିଶ୍ବାସ ରହିଗଲା। ତୁରକ୍ତ ତାଙ୍କୁ ବାଲେଶ୍ବର ଡାକ୍ତରଖାନାକୁ ଅଣାଗଲେ। ଚିକିତ୍ସା ପରେ ବିଶ୍ବଜିତ ଏବେ ସୁସ୍ଥ ଅଛନ୍ତି ବୋଲି ସୂଚନା ମିଳିଛି। ଯିଏ ଦେଖୁଛି ସିଏ କହୁଛି, ଯାହାକୁ ରଖିବେ ଅନନ୍ତ କି କରି ପାରେ ବଳବନ୍ତ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
