କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣାରେ ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା ପକାଇଲେ ପରିଆ ଗ୍ରାମବାସୀ । ଗତ 8ଦିନ ହେଲା ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା ପକାଇଛନ୍ତି ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି । ଦାବି ପୂରଣ ନହେବା ଯାଏ ସ୍କୁଲ୍ରେ ତାଲା ଝୁଲିବ ବୋଲି ଅଞ୍ଚଳବାସୀ ଜିଦ୍ ଧରି ବସିଛନ୍ତି ।
ପରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କୁ ପାଠ ପଢାଇବାକୁ ଆବଶ୍ୟକୀୟ ଶିକ୍ଷକ ନାହାଁନ୍ତି । ବର୍ତ୍ତମାନ ସ୍କୁଲରେ 266 ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର 4ଜଣ ଶିକ୍ଷକ ଅଛନ୍ତି । କିଛି ମାସ ପୂର୍ବରୁ ଜଣେ ଶିକ୍ଷକଙ୍କୁ ଏଠାରେ ନିଯୁକ୍ତ କରାଯାଇଥିଲା । ହେଲେ ପରେ ତାଙ୍କୁ କର୍ଲାପଡା ସ୍କୁଲକୁ ବଦଳି କରିଥିଲେ BEO । ସ୍କୁଲରେ ଶିକ୍ଷକ ଅଭାବ ଥିବାବେଳେ ପୁଣି ଜଣେ ଶିକ୍ଷକଙ୍କୁ ବଦଳି କରିବା ନେଇ ଶିକ୍ଷାଦାନରେ ବାଧାପ୍ରାପ୍ତ ହେବା ସହ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଛି । ଶିକ୍ଷକ ନିଯୁକ୍ତି ନହେବା ପର୍ଯ୍ୟନ୍ତ ସ୍କୁଲରେ ତାଲା ଝୁଲିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?