ହେଲେ ସେମାନଙ୍କୁ ପରୀକ୍ଷା କେନ୍ଦ୍ର ମଧ୍ୟକୁ ପ୍ରବେଶ କରିବାକୁ ଦେଇନଥିଲେ ଉପସ୍ଥିତ ଶିକ୍ଷକ। ତେଣୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷାରୁ ବଞ୍ଚିତ ଛାତ୍ର ଛାତ୍ରୀ ଏରବଙ୍ଗ ନୋଡାଲ ସ୍କୁଲ୍ ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଧାରଣାରେ ବସିଥିବା ଦେଖିବାକୁ ମିଳିଛି । ଏହି ପରୀକ୍ଷାର୍ଥୀଙ୍କ ମଧ୍ୟରେ ସପ୍ତମ, ଅଷ୍ଟମ ଓ ନବମ ଶ୍ରେଣୀ ଛାତ୍ର ଛାତ୍ରୀ ରହିଛନ୍ତି।
ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଧାରଣା

ଅର୍ଗସ ବ୍ୟୁରୋ: ଛାତ୍ର ଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ। ଓଡ଼ିଶା ଆଦର୍ଶ ସ୍କୁଲ ପରୀକ୍ଷା ଦେବାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ। ଯାହାକୁ ନେଇ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ। ପୁରୀ ଗୋପ ଥାନା ଏରବଙ୍ଗ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ଆଜି ୩୪ ଜଣ ଛାତ୍ରଛାତ୍ରୀ ଆସିଥିଲେ।
Download Argus News App
