ଭୁବନେଶ୍ୱର: ସମ୍ ହସପିଟାଲ୍ରେ ହେବ କୋଭିଡ-୧୯ ଭ୍ୟାକସିନ୍ର ପରୀକ୍ଷଣ । ଭାରତରେ ପ୍ରଥମ କୋଭିଡ଼-୧୯ ଭ୍ୟାକସିନର ମଣିଷ ଉପରେ ପ୍ରୟୋଗ ନିମନ୍ତେ ଓଡ଼ିଶାର ଏକମାତ୍ର ପରୀକ୍ଷଣ କେନ୍ଦ୍ର ଭାବେ ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲ୍କୁ ଆଇସିଏମଆର ଦ୍ୱାରା ମନୋନୀତ କରଯାଇଛି । ଏହି ବହୁ ପ୍ରତିକ୍ଷିତ ଭ୍ୟାକସିନ୍ର କ୍ଲିନିକାଲ୍ ଟ୍ରାଏଲ୍ ପାଇଁ ସମ ହସ୍ପିଟାଲ୍ ମନୋନୀତ ହୋଇଥିବା ବିଷୟରେ ଆଇସିଏମଆର ଆଜି ଜଣାଇଛି ।
ସେହିପରି ଓଡ଼ିଶାରେ କୋଭିଡ୍-୧୯ରୋଗୀଙ୍କ ଚିକିତ୍ସା ନିମନ୍ତେ ପ୍ଲାଜ୍ମା ଥେରାପିର ପ୍ରୟୋଗ ନିମନ୍ତେ ମନୋନୀତ ହୋଇଥିବା ଚାରୋଟି ହସପିଟାଲ୍ ମଧ୍ୟରୁ ସମ୍ ହସପିଟାଲ୍ ଅନ୍ୟତମ ଭାବେ ମନୋନୀତ ହୋଇଛି । ଭ୍ୟାକସିନ୍ର ମଣିଷ ଉପରେ ପ୍ରୟୋଗ ନେଇ ପରୀକ୍ଷଣ କରିବାକୁ ନିଷ୍ପତି ନିଆଯାଇଥିବା ବେଳେ ଆଇସିଏମଆର ପକ୍ଷରୁ ସମ୍ ହସପିଟାଲ୍କୁ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ନେବାକୁ କୁହାଯାଇଛି ।
୧୬୦୦ ଶଯ୍ୟା ବିଶିଷ୍ଟ ଏବଂ ୪୦ଟି ବିଭାଗ ଥିବା ସମ ହସପିଟାଲ ହେଉଛି ଓଡ଼ିଶାର ଏକମାତ୍ର ଡାକ୍ତରୀ ଅନୁଷ୍ଠାନ ଯାହା ଆଇସିଏମଆର ପକ୍ଷରୁ ଏହି ଭ୍ୟାକସିନ୍ ପରୀକ୍ଷଣ ନେଇ ମନୋନୀତ ହୋଇଥିବା ଦେଶର ୧୩ଟି ଅନୁଷ୍ଠାନ ମଧ୍ୟରେ ସ୍ଥାନ ପାଇଛି । ତେବେ ହସପିଟାଲ୍ର ଇନଷ୍ଟିଚ୍ୟୁସନାଲ ଏଥିକାଲ କମିଟିର ଅନୁମୋଦନ ଲାଭ କରିବା ପରେ ଏହି ପରୀକ୍ଷଣ କରାଯିବ ।
ସେହିପରି ପ୍ଲାଜମା ଥେରାପି ମାଧ୍ୟମରେ କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ ରକ୍ତରୁ ଆଂଟିବଡି ସଂଗ୍ରହ କରାଯାଇ କୋଭିଡ-୧୯ ସଂକ୍ରମିତ ରୋଗୀଙ୍କ ଚିକିତ୍ସା କରାଯିବ । ଆଇଏମଏସ ଆଣ୍ଡ ସମ୍ ହସପିଟାଲ୍ ପକ୍ଷରୁ କରୋନା ସଂକ୍ରମିତଙ୍କ ଚିକିତ୍ସା ନିମନ୍ତେ ଭୁବନେଶ୍ୱର, କେନ୍ଦ୍ରାପଡା ଏବଂ ତାଳଚେରରେ ତିନୋଟି କୋଭିଡ-୧୯ ହସପିଟାଲ ସ୍ଥାପିତ କରାଯାଇ ରୋଗୀଙ୍କ ଚିକିତ୍ସା ଜାରି ରହିଛି ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?