ମାର୍ଚ୍ଚ ୧୨ ତାରିଖ ଦିନ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବାବେଳେ ବାଣପୁର ବ୍ଲକ ଅଫିସ୍ ସମ୍ମୁଖରେ ସାଧାରଣ ଜନତାଙ୍କ ଉପରେ ଗାଡ଼ି ମଡ଼ାଇ ଦେଇଥିଲେ ପ୍ରଶାନ୍ତ ଜଗଦ୍ଦେବ । ଯାହାପରେ ସାଧାରଣ ଜନତାଙ୍କ ସମେତ କିଛି ପୋଲିସ୍ କର୍ମଚାରୀ ଗୁରୁତର ଆହତ ହୋଇଥିଲେ । ଏନେଇ ଚାରିଆଡେ ହଇଚଇ ସୃଷ୍ଟି ହୋଇଥିଲା । ଏହାପରେ ମାର୍ଚ୍ଚ 23ରେ ଗିରଫ ହୋଇଥିଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ।
ଚିଲିକା ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଶ୍ୱସ୍ତି

ଅର୍ଗସ ବ୍ୟୁରୋ: ଚିଲିକା ବାହୁବଳୀ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଆଶ୍ୱସ୍ତି । ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ । ଏନେଇ ଆଇନଜୀବୀ ମାନସ ଚାନ୍ଦ ସୂଚନା ଦେଇଛନ୍ତି । ବର୍ଷେ ଯାଏଁ ନିର୍ବାଚନ ମଣ୍ଡଳୀକୁ ଯାଇ ପାରିବେ ନାହିଁ । ଯଦି ନିର୍ବାଚନ ମଣ୍ଡଳୀକୁ ଯିବେ ତେବେ ଜିଲ୍ଲାପାଙ୍କ ଅନୁମତି ନେବାରୁ ସର୍ତ୍ତ ରହିଛି । ୫ ଜଣରୁ ଅଧିକ ଲୋକଙ୍କୁ ନେଇ ସଭା ସମିତି କରିପାରିବେ ନାହିଁ ବୋଲି ସର୍ତ୍ତ ରଖି ଜାମିନ ପ୍ରଦାନ କରିଛନ୍ତି ସୁପ୍ରିମକୋର୍ଟ ।
Download Argus News App
