ସମ୍ବଲପୁର : ଅଭିନବ ଉପାୟରେ ଗୀତ ଗାଇଗାଇ ପ୍ରତିବାଦ କରୁଛନ୍ତି ଶିକ୍ଷକ. ଠିକା ନିଯୁକ୍ତି ଉଚ୍ଛେଦ କରିବାକୁ ସାମୁହିକ ଭାବେ ଆନ୍ଦୋଳନ କରିଛନ୍ତି ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି. ଶୁଣନ୍ତୁ କିପରି ଗୀତରେ ଗୀତରେ ସେ ସରକାରଙ୍କୁ ପ୍ରତିବାଦ କରିଛନ୍ତି...
ସରକାର ଠିକା ନିଯୁକ୍ତିକୁ ଉଛେଦ କରିଥିବା ବେଳେ ପୁଣିଥରେ ୨୦ ହଜାର ଶିକ୍ଷକ ଠିକା ନିଯୁକ୍ତି ନେଇ ବିଜ୍ଞାପନ ପ୍ରକାଶକୁ ଘୋର ବିରୋଧ କରିଛନ୍ତି ଶିକ୍ଷକ। ସାମୁହିକ ଭାବେ ଛୁଟିନେଇ କୁଚିଣ୍ଡା ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ଯାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହିତ ଧାରଣାରେ ବସିଛନ୍ତି। ୮ ତାରିଖରୁ ଏହି ଆନ୍ଦୋଳନ ଜାରି ରହିଛି . ରାଜ୍ୟରେ ସରକାର ସମ୍ପୂର୍ଣ୍ଣ ଭାବରେ ଠିକା ନିଯୁକ୍ତି ପ୍ରଥା ଉଛେଦ କରିବା କରାଯିବାକୁ ଦାବି କରିଛନ୍ତି ଶିକ୍ଷକ ସଂଘ.ଏଥିସହ କେନ୍ଦ୍ରୀୟ ହାରରେ ଦରମା ବୃଦ୍ଧି କରିବାକୁ ମଧ୍ୟ ଦାବି କରିଛନ୍ତି ଶିକ୍ଷକ.
ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢୁଛନ୍ତି ଶିକ୍ଷକ ଶିକ୍ଷୟତ୍ରୀ. ତେଣୁ ତାଙ୍କ ଦାବୀମଧ୍ୟ ସରକାର ଶୁଣିବା ଦରକାର ବୋଲି କହିଛନ୍ତି ଶିକ୍ଷକମାନେ. ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ମାନଙ୍କୁ କେନ୍ଦ୍ରୀୟ ହାରରେ ବେତନ ପ୍ରଦାନ କରିବା ଓ ନୂତନ ପେନସନ ପ୍ରଥା ଉଚ୍ଛେଦ କରି ପୁରୁଣା ପେନସନ ବ୍ୟବସ୍ଥା ପୁନଃ ପ୍ରଚଳନ କରାଯାଉ ବୋଲି ଦାବି କରିଛନ୍ତି। ଯେତେଦିନ ଯାଏଁ ତାଙ୍କର ଦାବି ପୂରଣ ନହୋଇଛି, ସେତେଦିନ ସେମାନେ ଧାରଣାରେ ବସି ରହିବେ ବୋଲି ମତ ପ୍ରକାଶ କରିଛନ୍ତି.
ଅର୍ଗସ ବ୍ୟୁରୋ: ବହୁ ଦିନର ଅପେକ୍ଷା ପରେ ଦିନିକିଆ ବିଶ୍ବକପ୍ ଗୁରୁବାରଠୁ ଅହମଦାବାଦରେ ଆରମ୍ଭ ହେବାକୁ ଯାଉଛି। ଗତ ସଂସ୍କରଣର ବିଜେତା ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯିବ। କିନ୍ତୁ ମ୍ୟାଚ୍ ପୂର୍ବରୁ କୌଣସି ଉଦ୍ଘାଟନୀ ସମାରୋହ କରାଯିବ ନାହିଁ। ଅବଶ୍ୟ ଏ ସଂକ୍ରାନ୍ତରେ ବିସିସିଆଇ କିମ୍ବା ଆଇସିସି ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ, ତଥାପି ଜଣେ ବରିଷ୍ଠ ଅଧିକାରୀଙ୍କଠୁ ମିଳିଥିବା ସୂଚନା ଅନୁସାରେ ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍ ବୁଧବାର ସନ୍ଧ୍ୟା ୭ଟାରୁ ଅଳ୍ପ କିଛି କାର୍ଯ୍ୟକ୍ରମ କରାଯିବ।
ପ୍ରଥମେ ସବୁ ଦଳର ଅଧିନାୟକଙ୍କୁ ଏକାଠି କରାଯାଇ କାର୍ଯ୍ୟକ୍ରମର ଆରମ୍ଭ ହେବ। ଏହା ପରେ ସ୍ପଳ୍ପ ସମୟର ପାରମ୍ପରିକ ନୃତ୍ୟ ପରିବେଷଣ ହେବ। ଶେଷରେ ସବୁଠୁ ଆକର୍ଷଣୀୟ ଲେଜର ଲାଇଟ୍ ସୋ’ ଓ ବାଣଫୁଟା କାର୍ଯ୍ୟକ୍ରମ କରାଯିବ ବୋଲି ସୂଚନା ମିଳିଛି। କିନ୍ତୁ ପୂର୍ବରୁ ଦିଆଯାଇଥିବା ସୂଚନା ଅନୁସାରେ, ବଲିଉଡ୍ ତାରକା ରଣବୀର ସିଂହ, ତମନ୍ନା ଭାଟିଆ, କଣ୍ଠଶିଳ୍ପୀ ଅରିଜିତ ସିଂହ, ଶ୍ରେୟା ଘୋଷାଲ, ଆଶା ଭୋସଲେ, ଶଙ୍କର ମହାଦେବନଙ୍କୁ ନେଇ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ କରାଯାଇଥାନ୍ତା। ହେଲେ ବିସିସିଆଇ ଏହାକୁ ଶେଷ ମୁହୂର୍ତ୍ତରେ ବାତିଲ କରୁଥିବା ଉକ୍ତ ସୂତ୍ରରୁ ଜଣାପଡ଼ିଛି। ତେଣୁ ବଲିଉଡ୍ ନାଇଟ୍ ହେବ କି ନାହିଁ ସେ ନେଇ କିଛି ବି ସ୍ପଷ୍ଟ ହୋଇନାହିଁ।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର
ଭଦ୍ରକ : ସ୍କୁଲରେ ଥିବା ସୂଚନା ଫଳକ ପଡ଼ି ସ୍କୁଲର ପ୍ରଥମ ଶ୍ରେଣୀର ଛାତ୍ର ମୃତ। ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅନ୍ତର୍ଗତ ଗଢିଆଳୀ ପଞ୍ଚାୟତ ଉଚ୍ଚପଦା ଗ୍ରାମର ଥିବା ଉଚ୍ଚପଦା ପ୍ରାଥମିକ ବିଦ୍ୟାଳୟରେ ଏକ ପ୍ରଥମ ଶ୍ରେଣୀର ଛାତ୍ର ମୃତ. ମୃତକ ଜଣକ ହେଉଛନ୍ତି ଏହି ଗ୍ରାମର ସୌଭାଗ୍ୟ ନାୟକଙ୍କ ୬ ବର୍ଷ ର ପୁଅ ଅସିତ୍ ନାୟକ। ସୂଚନା ଅନୁଯାୟୀ ସ୍କୁଲ ରେ ଥିବା ଏକ ସୂଚନା ଫଳକ ପଡ଼ି ମୃତ ହୋଇଥିବା ଜଣାପଡିଛି।
ଅଧିକ ପଢନ୍ତୁ : ଅଜଣା ଗାଡି ଧକ୍କାରେ ୨ ମୃତ
ତେବେ ଛାତ୍ର ଜଣଙ୍କୁ ପ୍ରଥମେ ଅସୁରାଳି ରେ ଥିବା ପ୍ରାଥମିକ ଚିକିତ୍ସାଳୟ କୁ ନିଆଯାଇଥିବା ବେଳେ ଅତି ଗୁରୁତର ଥିବା ରୁ ଛାତ୍ର ଜଣକଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ କୁ ନିଆଯାଇଥିଲା . ସେଠାରେ କିଛି ସମୟ ଚିକିତ୍ସା ପରେ ତାଙ୍କର ମୃତ ହୋଇ ଥିବା ସୂଚନା ଅନୁଯାୟୀ ଜଣାପଡିଛି ପଡ଼ିଛି।