ଗୁରୁବାର ମଧ୍ୟ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା ୪୦ ଡିଗ୍ରି ଉପରେ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ। ଉକ୍ତ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପାମତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ।
୧୮ ତାରିଖରେ ମଧ୍ୟ ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ ଓ ସମ୍ବଲପୁରର କିଛି ସ୍ଥାନରେ ହିଟ୍ୱେଭ୍ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।