ତାପରେ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଯାଇ ଟିକା ସ୍ଥିତି ଅନୁଧ୍ୟାନ କରି ନୂଆପଡ଼ା ଜିଲ୍ଲାପାଳଙ୍କ ସଭାଗୃହରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ଆଲୋଚନା କରିଛନ୍ତି । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଡାଇରେକ୍ଟର ସ୍ୱାସ୍ଥ୍ୟ ସଚିବ ବିଜୟ ମହାପାତ୍ର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଓ ନୂଆପଡା ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।