ଅଧିକ ପଢନ୍ତୁ : ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
୫ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା ଓ ନବରଙ୍ଗପୁରକୁ ୟୋଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ବର୍ତ୍ତମାନ ୧୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମ ପାର୍ଶ୍ବରେ ୯ଟି ଓ ଡାହାଣ ପାର୍ଶ୍ବରେ ୫ଟି ଗେଟ ଖୋଲା ଯାଇଛି । ଉପର ମୁଣ୍ଡରେ ଆହୁରି ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ବେଳେ ହୀରାକୁଦର ଆହୁରି ଅଧିକ ଗେଟ୍ ଖୋଲାଯିବାର ସମ୍ଭାବନା ରହିଛି । ସ୍ଥିତି ଦେଖିବା ପରେ ଗେଟ୍ ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ । ତେଣୁ ନଦୀ କୂଳିଆ ଅଞ୍ଚଳକୁ ନ ଯିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଦୁର୍ଗମ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ଥିବାରୁ ଲୋକଙ୍କୁ ସତର୍କ କରାଯାଇଛି । ଧାନ ବିଲରୁ ଜଳ ନିଷ୍କାସନ ପାଇଁ ଚାଷୀଙ୍କୁ ପରାମର୍ଶ ଦିଆଯାଇଛି । ୧୬ ତାରିଖରୁ ସାରା ଓଡ଼ିଶାରେ ବର୍ଷାର ପରିମାଣ କମିବ । ୧୮ ତାରିଖରୁ ପୁଣି ବଢିବ ବର୍ଷାର ପରିମାଣ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।