ତେବେ ମୃତକ ଜଣଙ୍କ ପରିଚୟ ରୂପାପଲି ଗ୍ରାମର ନିଲୁ ବାରିକ ବୋଲି ସୂଚନା ମିଳିଛି I ଘଟଣା ସ୍ଥଳରେ ଖଣ୍ଡପଡା ପୋଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଛି। ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି I
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୟାଗଡ଼ : ନୟାଗଡ଼ ଖଣ୍ଡପଡା ରାସ୍ତାର ଦହିଖାଇ ଠାରେ ଗଛକୁ ଧକ୍କା ଦେଲା ବାଇକ୍। ଘଟଣାସ୍ଥଳରେ ଜଣେ ମୃତ ଜଣେ ଗୁରୁତର। ଗୁରୁତରକୁ ଖଣ୍ଡପଡା ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଂକଟାପନ ହେବାରୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି I
ତେବେ ମୃତକ ଜଣଙ୍କ ପରିଚୟ ରୂପାପଲି ଗ୍ରାମର ନିଲୁ ବାରିକ ବୋଲି ସୂଚନା ମିଳିଛି I ଘଟଣା ସ୍ଥଳରେ ଖଣ୍ଡପଡା ପୋଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଛି। ଅନ୍ୟପକ୍ଷେ ଏହି ଘଟଣାକୁ ନେଇ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଛି I
ଅଧିକ ପଢନ୍ତୁ ଓଡ଼ିଶା ଖବର
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର