ଆହୁରି ପଢନ୍ତୁ ଓଡିଶା ଖବର...
ଅର୍ଗସ ବ୍ୟୁରୋ: ଗୁରୁତ୍ତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରଥଯାତ୍ରା ଓ ସ୍ନାନ ପୂର୍ଣ୍ଣିମା ପରିଚାଳନାକୁ ନେଇ ଗୁରୁତ୍ତ୍ବପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ । ଆଇନମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୁଲିସ ଡିଜିଙ୍କ ସମେତ ବରିଷ୍ଠ ଅଧିକାରୀ ବୈଠକରେ ଉପସ୍ଥିତ ରହିଛନ୍ତି ।
ଆହୁରି ପଢନ୍ତୁ ଓଡିଶା ଖବର...
ଅର୍ଗସ ବ୍ୟୁରୋ: ତିହାର ଜେଲରୁ ମୁକୁଳି ପାରିବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ତଳ କୋର୍ଟର ନିର୍ଦ୍ଦେଶ ଉପରେ ରହିତାଦେଶ ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ। ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା କେଜ୍ରିୱାଲଙ୍କୁ ଗୁରୁବାର ଦିଲ୍ଲୀର ଗୋଟିଏ ଟ୍ରାଏଲ କୋର୍ଟ ଜାମିନ ଦେଇଥିଲେ। ହେଲେ ଜାମିନ ଉପରେ ରୋକ ଲଗାଇ ଦେଇଛନ୍ତି ଦିଲ୍ଲୀ ହାଇକୋର୍ଟ।
ତେବେ କୋର୍ଟ କହିଛନ୍ତି, କେଜ୍ରିୱାଲଙ୍କୁ ଜାମିନ ଦେବା ବେଳେ ତଳ କୋର୍ଟ ନିଜର ମୁଣ୍ଡ ଆଦୌ ଖର୍ଚ୍ଚ କରି ନଥିଲେ। ସେହିପରି ତଦନ୍ତକାରୀ ସଂସ୍ଥା ଦାଖଲ କରିଥିବା ପ୍ରମାଣକୁ ମଧ୍ୟ କୋର୍ଟ ବିଚାରକୁ ନେଇ ନ ଥିଲେ। ଟ୍ରାଏଲ କୋର୍ଟଙ୍କ ମତ ଠିକ ନୁହେଁ। ତଦନ୍ତକାରୀ ସଂସ୍ଥା ଇଡି କରିଥିବା ଆବେଦନର ବିଚାର ପାଇଁ କିଛି ସମୟ ଆବଶ୍ୟକ।
ଅଧିକ ପଢ଼ନ୍ତୁ ଭାରତ ଖବର
ଅର୍ଗସ ବ୍ୟୁରୋ: ଲୋକସଭାରେ ରାହୁଲ ଗାନ୍ଧୀ ହେବେ ବିରୋଧୀ ଦଳ ନେତା । ଇଣ୍ଡି ମେଣ୍ଟ ବୈଠକରେ ହେଲା ନିଷ୍ପତ୍ତି । ଏଥର କଂଗ୍ରେସକୁ ବିରୋଧୀ ଦଳ ମାନ୍ୟତା ମିଳିଛି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ଘରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି।
ପ୍ରାୟ ୧୦ବର୍ଷ ପରେ ଲୋକସଭାକୁ ବିରୋଧୀ ଦଳ ନେତା ମିଳିଛି। ରାହୁଲ ଏବେ ଉତ୍ତରପ୍ରଦେଶ ରାଏବରେଲିରୁ ଏମପି ଭାବେ ଲୋକସଭାକୁ ନିର୍ବାଚିତ ହୋଇଛନ୍ତି। ନିଷ୍ପତ୍ତି ବିଷୟରେ କଂଗ୍ରେସର ବରିଷ୍ଠ ନେତା କେସି ବେଣୁ ଗୋପାଳ ସୂଚନା ଦେଇଛନ୍ତି।
ଅଧିକ ପଢ଼ନ୍ତୁ ରାଜନୀତି ଖବର