ନବୀନଙ୍କ ପାଖରେ ୩୦ ହଜାର ନଗଦ ଟଙ୍କା ଥିବା ବେଳେ ୧୪ କୋଟି ଟଙ୍କାର ଅସ୍ଥାବର ସମ୍ପତ୍ତି ରହିଛି। ତା ଭିତରେ ବିଭିନ୍ନ ବ୍ୟାଙ୍କରେ ଡିପୋଜିଟ ଓ ଫିକ୍ସ ଆକାରରେ ରହିଛି। ମୁଖ୍ୟମନ୍ତ୍ରୀ କଣ୍ଟାବାଞ୍ଜି ଏସବିଆଇ ବ୍ରାଞ୍ଚରେ ନୂଆ ଆକାଉଣ୍ଟ ଖୋଲି ୩୦ ଲକ୍ଷ ଟଙ୍କାର ଡିପୋଜିଟ୍ ରଖିଛନ୍ତି। ସମାନ ଭାବରେ ହିଞ୍ଜିଳିରେ ବି ଏକ ନୂଆ ଆକାଉଣ୍ଟ ଖୋଲି ୩୦ ଲକ୍ଷ ଡିପୋଜିଟ୍ ରଖିଛନ୍ତି। କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ବ୍ୟାଙ୍କ ଆକାଉଣ୍ଟରେ ଯେଉଁ ଟଙ୍କା ରହିଛି ସେ କେବଳ ନିର୍ବାଚନୀ ଖର୍ଚ୍ଚ ପାଇଁ ବୋଲି ସତ୍ୟାପାଠରେ ଉଲ୍ଲେଖ କରିଛନ୍ତି। ଏହା ସହ ନବୀନଙ୍କ ପାଖରେ ୫୭ କୋଟି ଟଙ୍କା ମୂଲ୍ୟର ସ୍ଥାବର ସଂପତ୍ତି ମଧ୍ୟ ରହିଛି। ନବୀନ ନିବାସ ସ୍ଥିତ ଘର ଓ ଜମିର ମୂଲ୍ୟ ୧୩ କୋଟି ୬୬ ଲକ୍ଷ ଟଙ୍କା ହେବ । ନୂଆଦିଲ୍ଲୀ ଅବଦୁଲ କଲାମ ରୋଡ୍ ସ୍ଥିତ ଘର ଦାମ ୪୩ କୋଟି ୩୬ ଲକ୍ଷ ଟଙ୍କା ହେବ ବୋଲି ନିର୍ବାଚନୀ ସତ୍ୟପାଠରେ ଉଲ୍ଲେଖ ରହିଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: