ଜାତୀୟ ସ୍ତରରେ କୋରୋନା ମୁକାବିଲାରେ ଓଡିଶା ସମସ୍ତ ପ୍ରକାର ସହଯୋଗ ଯୋଗାଇବ । ଅକ୍ସିଜେନ ଉତ୍ପାଦନ କରି ଏହି ଜରୁରୀ ପରିସ୍ଥିତିରେ ଦେଶର ଅନ୍ୟ ରାଜ୍ୟ ଗୁଡିକୁ ଯୋଗାଇବାରେ ସହଯୋଗ କରିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି ।
ବର୍ତ୍ତମାନ ଦେଶର ଅନେକ ରାଜ୍ୟରେ କରୋନା ସଂକ୍ରମିତଙ୍କ ପାଇଁ ମେଡିକାଲରେ ଅକ୍ସିଜେନ୍ର ଅଭାବ ଦେଖାଦେଇଛି । ଗତ ଏକ ସପ୍ତାହ ମଧ୍ୟରେ ହସ୍ପିଟାଲରେ ଅକ୍ସିଜେନ୍ ସିଲିଣ୍ଡରର ଅଭାବ ଦେଖାଦେଇଛି । ଦୈନିକ ଅକ୍ସିଜେନ୍ ଅଭାବରୁ କରୋନା ସଂକ୍ରମିତଙ୍କ ମୃତ୍ୟୁ ନେଇ ଖବର ଆସିବାରେ ଲାଗିଛି । ଏଭଳି ସ୍ଥିତିରେ ରାଜ୍ୟ ସରକାର ଦେଶକୁ ସହଯୋଗ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଦେଶରେ ଏଭଳି ଅକ୍ସିଜେନ ସଙ୍କଟ ବେଳେ ଦିଲ୍ଲୀରେ ଯେଉଁ ଅକ୍ସିଜେନ୍ ଅଭାବ ଦେଖାଦେଇଛି ତାର କିଛି ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶାରୁ ଅକ୍ସିଜେନ ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ।