ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକେ ଜଳେଶ୍ୱର-ଚନ୍ଦନେଶ୍ୱର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି ।
ବାଲେଶ୍ୱର: ଡମ୍ପର-ବାଇକ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ 2 ମୃତ । ବାଲେଶ୍ୱର କମର୍ଦା ଥାନା ଅନ୍ତର୍ଗତ ଶାତଶୁଳିଆ ଠାରେ ଘଟିଛି ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣା ପରେ ଦୁଇ ବାଇକ ଆରୋହୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ଲୋକେ ଜଳେଶ୍ୱର-ଚନ୍ଦନେଶ୍ୱର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି ।
ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୬ ସେପ୍ଟେମ୍ବର, ୨୦୨୩ ପୂର୍ବାହ୍ନ ସାଢେ ୧୦ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ପାଖାପାଖି ୫୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନବନିଯୁକ୍ତ ମାନଙ୍କୁ ସମ୍ବୋଧିତ କରିବେ।
ଅଧିକ ପଢନ୍ତୁ ଭାରତ ଖବର
ରୋଜଗାର ମେଳା ସାରା ଦେଶରେ ୪୬ଟି ସ୍ଥାନରେ ଅନୁଷ୍ଠିତ ହେବ । ଏହି ପଦକ୍ଷେପ ଜରିଆରେ କେନ୍ଦ୍ର ସରକାରଙ୍କ ବିଭାଗ ତଥା ରାଜ୍ୟ ସରକାର/କେନ୍ଦ୍ରଶାସିତ ଅଞ୍ଚଳରେ ନିଯୁକ୍ତି ଦିଆଯାଉଛି। ଦେଶବ୍ୟାପୀ ଚୟନ ହୋଇଥିବା ନବନିଯୁକ୍ତ କର୍ମଚାରୀମାନେ ଡାକ ବିଭାଗ, ଭାରତୀୟ ଅଡିଟ୍ ଏବଂ ଆକାଉଣ୍ଟସ୍ ବିଭାଗ, ଆଣବିକ ଶକ୍ତି ବିଭାଗ, ରାଜସ୍ୱ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସମେତ ବିଭିନ୍ନ ମନ୍ତ୍ରଣାଳୟ/ବିଭାଗରେ ସରକାରଙ୍କ ସହ ଯୋଗ ଦେବେ।
ରୋଜଗାର ମେଳା ହେଉଛି ନିଯୁକ୍ତି ସୃଷ୍ଟିକୁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିଶ୍ରୁତି ପୂରଣ ଦିଗରେ ଏକ ପଦକ୍ଷେପ । ରୋଜଗାର ମେଳା ଅଧିକ ନିଯୁକ୍ତି ସୃଷ୍ଟିରେ ଏକ ଉତପ୍ରେରକ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କ ସଶକ୍ତୀକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି ।
ଆଇଜିଓଟି କର୍ମଯୋଗୀ ପୋର୍ଟାଲର ଅନଲାଇନ୍ ମଡ୍ୟୁଲ୍ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ନୂତନ ଭାବେ ନିଯୁକ୍ତି ପାଇଥିବା କର୍ମଚାରୀମାନେ ନିଜକୁ ପ୍ରଶିକ୍ଷଣ ଦେବାର ସୁଯୋଗ ପାଉଛନ୍ତି, ଯେଉଁଠାରେ 'ଯେକୌଣସି ଡିଭାଇସ୍' ଶିକ୍ଷଣ ଫର୍ମାଟ ପାଇଁ ୬୮୦ରୁ ଅଧିକ ଇ-ଲର୍ଣ୍ଣିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି।
ଅର୍ଗସ ବ୍ୟୁରୋ : ଉତ୍ତରପ୍ରଦେଶ ଗଜିଆବାଦର ହିଣ୍ଡେନ୍ ଏୟାରବେସରେ ଅନୁଷ୍ଠିତ ହୋଇଛି ଡ୍ରୋନ୍ ଶୋ’ । ଆକାଶମାର୍ଗରେ କଳା ପ୍ରଦର୍ଶନ କଲା ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଡ୍ରୋନ । ପୂରା ବିଶ୍ବ ଦେଖିଲା ଭାରତର ଆତ୍ମନିର୍ଭର ଶକ୍ତି । ଏହି ଶୋରେ ସାରା ଦୁନିଆକୁ ନିଜର ଡ୍ରୋନ ଶକ୍ତିର ପ୍ରଦର୍ଶନ କରିଛି ଭାରତ ।
ଅଧିକ ପଢନ୍ତୁ ଭାରତ ଖବର
ଭାରତୀୟ ବାୟୁ ସେନା ଓ ଭାରତୀୟ ଡ୍ରୋନ ସଂଘ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ନିଜେ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି । ଯେଉଁଥିରେ ଏୟାରଫୋର୍ସ ମୁଖ୍ୟ ଭି.ଆର ଚୌଧୂରୀ ମଧ୍ୟ ସାମିଲ ହୋଇଥିଲେ । ଡ୍ରୋନ୍ କ୍ଷେତ୍ରରେ ଭାରତ କେତେ ସୁଦୃଢ ହୋଇପାରିଛି ତାହା ହିଣ୍ଡେନ୍ ଏୟାରବେସରେ ଦେଖିବାକୁ ମିଳିଛି ।
ଡ୍ରୋନ୍ ସହାୟତାରେ ମେଡିକାଲ ସହାୟତାଠୁ ଆରମ୍ଭ କରି ସର୍ଚ୍ଚ ଅପରେସନ୍, ସେନାଙ୍କ ପାଖରେ ଜରୁରୀ ସାମଗ୍ରୀ ପହଞ୍ଚାଇବା ଭଳି ଦକ୍ଷତା ପ୍ରଦର୍ଶନ କରିଛି ଡ୍ରୋନ୍ ସଂଘ । ଆଗାମୀ ୨ଦିନ ଯାଏ ଏହି ଶୋ ଚାଲିବାକୁ ଥିବା ବେଳେ ପ୍ରତିରକ୍ଷା କ୍ଷେତ୍ରରେ ଡ୍ରୋନ୍ କେତେ ଉପଯୋଗୀ ତାହା ଏଠାରେ ପ୍ରଦର୍ଶୀତ କରାଯିବ ।
ଅର୍ଗସ ବ୍ୟୁରୋ : ସ୍ୱଦେଶୀ ଭାବନା ଓ ଭାରତୀୟ ସଂସ୍କୃତି ଆଧାରିତ ରାଷ୍ଟ୍ରଚିନ୍ତନକୁ ଦୃଢ ଓ ତଥ୍ୟ ପୂର୍ଣ୍ଣ ଅର୍ଥରେ ପରିପ୍ରକାଶ କରି ଏହାର ମହାନତାକୁ ସାବ୍ୟସ୍ତ କରିବା ହେଲା ଏକାତ୍ମ ମାନବବାଦର ମୂଳ ଲକ୍ଷ୍ୟ । ଭାରତୀୟ ଜନସଂଘ ଦଳର ନୀତି ଓ ସିଦ୍ଧାନ୍ତ ଉପସ୍ଥାପନା କରିବାକୁ ଯାଇ ଦୀନଦୟାଲଜୀ ଏକାତ୍ମ ମାନବବାଦ ଦର୍ଶନ ପ୍ରସ୍ତୁତ କରିଥିଲେ । ୧୯୮୫ ମସିହାରେ ଭାରତୀୟ ଜନତା ପାର୍ଟି ନିଜର ବୈଚାରିକ ସିଦ୍ଧାନ୍ତ ଭାବରେ ଗ୍ରହଣ କରି ଏହାକୁ ପଂଚନିଷ୍ଠାରେ ସ୍ଥାନୀତ କରିଛି । ପରବର୍ତୀ ସମୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତଃ ଅଟଳ ବିହାରୀ ବାଜପେୟୀ ଏବଂ ବର୍ତମାନେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏହି ମହାନ ଦର୍ଶନକୁ ଆଧାର କରି ଦେଶ ତଥା ଦେଶବାସୀଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି । ସମାଜର ସବୁଠୁ ତଳସ୍ତରରେ ବାସ କରୁଥିବା ଲୋକଙ୍କ ପାଖରେ ସମସ୍ତ ସରକାରୀ ବ୍ୟବସ୍ଥା ପହଂଚାଇବାର ପଣ୍ଡିତ ଦୀନଦୟାଲ ଉପଧ୍ୟାୟଜୀଙ୍କ ଅନ୍ତଦ୍ୟୋୟ ଯୋଜନାର ଚିନ୍ତାଧାରାକୁ କାର୍ଯ୍ୟକାରୀ କରିବାର ପ୍ରୟାସ ଜାରୀ ରଖିଛନ୍ତି ପ୍ରଧାନମନ୍ତ୍ରୀ ମୋଦିଜୀ । କେନ୍ଦ୍ରରେ ଶାସନ କ୍ଷମତାକୁ ଆସିବା ପରେ ମୋଦି ସରକାରଙ୍କ ସମସ୍ତ ଯୋଜନା ଅନ୍ତୋଦ୍ୟୟକୁ ଆଧାର କରି କାର୍ଯ୍ୟକାରୀ କରାଯାଇଛି । ସମାଜର ଅନ୍ତିମ ସୋପନରେ ଥିବା ଲୋକଙ୍କ କଲ୍ୟାଣ ଓ ବିକାଶ ପାଇଁ ବିଜେପି ପ୍ରତିଶୃତିବଦ୍ଧ । ଆଜି ଏକାତ୍ମ ମାନବବାଦ୍ର ପ୍ରତିଷ୍ଠାତା ତଥା ଜନସଂଘର ପ୍ରତିଷ୍ଠାତା ସାଧାରଣ ସଂପାଦକ ପଣ୍ଡିତ ଦୀନଦୟାଲ ଉପଧ୍ୟାୟଙ୍କ ୧୦୮ ତମ ଜୟନ୍ତୀ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ପଣ୍ଡିତ ଦୀନଦୟାଲଜୀଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରାଯାଇଥିଲା । ଅପରାହ୍ନରେ ଏକାତ୍ମ ମାନବ ଦର୍ଶନ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା । ଅନ୍ତଦ୍ୟୋୟ ଆଧାରିତ କେନ୍ଦ୍ର ସରକାରଙ୍କର ସମସ୍ତ ଗରୀବକଲ୍ୟାଣ ଯୋଜନାଗୁଡିକର ସୁଫଳ ସାଧାରଣ ଲୋକଙ୍କ ପହଂଚାଇବା ଆମ ସମସ୍ତଙ୍କର ପ୍ରାଥମିକତା ଏବଂ ଏହା କରିପାରିଲେ ପଣ୍ଡିତ୍ ଦୀନଦୟାଲଜୀଙ୍କ ପ୍ରତି ଆମର ପ୍ରକୃତ ଶ୍ରଦ୍ଧାଞ୍ଜଳୀ ହୋଇପାରିବ ବୋଲି ଏହି ଆଲୋଚନାଚକ୍ରରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶିଷ୍ଟ ସ୍ତମ୍ଭକାର ଶ୍ରୀ ଅରୁଣ ପଣ୍ଡା କହିଛନ୍ତି । ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନେତା ସଜ୍ଜନ ଶର୍ମା, ଭୁବନାନନ୍ଦ ତ୍ରିପାଠୀ, ସୁଦର୍ଶନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
ଆଜି ରାଜ୍ୟର ପ୍ରତ୍ୟେକ ମଣ୍ଡଳରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୦୮ତମ ଜନ୍ମ ଜୟନ୍ତୀ ପାଳନ କରାଯାଇଛି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଭଦ୍ରକ ଜିଲ୍ଲା ଚାନ୍ଦବାଲୀ ନିର୍ବାଚନମଣ୍ଡଳୀର ବୋଡକ ପଂଚାୟତରେ ଉପସ୍ଥିତ ରହି ପଣ୍ଡିତଜୀଙ୍କୁ ସ୍ମୃତିଚାରଣ କରିବା ସହ ତାଙ୍କ ଫଟୋଚିତ୍ରରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ । ପାର୍ଟିର ପ୍ରତ୍ୟେକ କାର୍ଯ୍ୟକର୍ତା ନିଜ ନିଜ ଅଂଚଳରେ ପଣ୍ଡିତଜୀଙ୍କ ଜନ୍ମ ଜୟନ୍ତୀ ପାଳନ କରିଥିଲେ ।