ଅଧିକ ପଢନ୍ତୁ :ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ : ମୁଖ୍ୟମନ୍ତ୍ରୀ
ଆଜି ଉତ୍କଳ ଦିବସ । ପ୍ରତ୍ୟେକ ଓଡ଼ିଆଙ୍କ ପାଇଁ ଏହା ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା, ଏପ୍ରିଲ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି । ସ୍ୱତନ୍ତ୍ର ପ୍ରଦେଶ ଭାବେ ଓଡ଼ିଶାକୁ ମିଳିଥିବା ମାନ୍ୟତାକୁ ଅତ୍ୟନ୍ତ ଆନନ୍ଦ ଉଲ୍ଲାସ ସହ ଉତ୍କଳ ଦିବସ ଭାବେ ପାଳନ କରାଯାଇ ଆସୁଛି ।ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ କରୁଛନ୍ତି ଓଡ଼ିଶା ଦିବସ ।