କଟକ ସଦର ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ପରିଚାଳନା ନିର୍ଦ୍ଦେଶକ ମହମ୍ମଦ ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡ ଶୁଣାଇଛନ୍ତି କେର୍ଟ। ମୋକିମ୍ମଙ୍କ ସହିତ ଅନ୍ୟ ୩ ଜଣଙ୍କୁ ମଧ୍ୟ ଜେଲ୍ ଦଣ୍ଡ ଶୁଣାଇଛନ୍ତି କୋର୍ଟ । ପୂର୍ବତନ ଆଇଏଏସ୍ ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡ ମିଳିଥିବା ବେଳେ ମେଟ୍ରୋ ବିଲ୍ଡରର ନିର୍ଦ୍ଦେଶକ ପିୟୂଷ ମହାନ୍ତି ଏବଂ କମ୍ପାନୀ ସେକ୍ରେଟାରୀ ସ୍ୱସ୍ତି ରଞ୍ଜନ ମହାପାତ୍ରଙ୍କୁ ୩ ବର୍ଷ ଲେଖାଏଁ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଏଥିସହିତ ପ୍ରତ୍ୟେକଙ୍କୁ ୫୦ ହଜାର ଲେଖାଏଁ ଜରିମାନା କରିଛନ୍ତି କୋର୍ଟ ।
ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍ରେ ରହିବା ନେଇ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ବିରୋଧରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍ ।