ସେ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଫୁଲପାଟଣା (ବଲୁରିଆ ) ଗ୍ରାମର ସ୍ୱର୍ଗତଃ ଦୈତାରୀ ନାୟକଙ୍କ ପତ୍ନୀ । ତାଙ୍କର ଛଅ ପୁଅ ଓ ତିନି ଝିଅ ଅଛନ୍ତି । ପ୍ରଫେସର ନାୟକ ତାଙ୍କର ଦ୍ୱିତୀୟ ପୁତ୍ର। ମୃତ୍ୟୁଶଯ୍ୟା ନିକଟରେ ପରିବାରର ସଦସ୍ୟ ମାନେ ଉପସ୍ଥିତ ଥିଲେ |
ହୃଦଘାତରେ ମୃତ୍ୟୁବରଣ କଲେ ସୋଆର ପ୍ରତିଷ୍ଠାତା ସଭାପତିଙ୍କ ମାଆ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ(ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡ଼ଃ ) ମନୋଜରଞ୍ଜନ ନାୟକଙ୍କ ମାତା ଶ୍ରୀମତୀ ସତ୍ୟଭାମା ନାୟକଙ୍କ ଗୁରୁବାର ଅପରାହ୍ନରେ ୧୨.୧୦ ମିନିଟ ସମୟରେ ବିୟୋଗ ଘଟିଛି। ଭୁବନେଶ୍ୱର ସ୍ଥିତ କଳିଙ୍ଗ ବିହାର ବାସଭବନରେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି ସତ୍ୟଭାମା। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟ ଜନିତ ବ୍ୟାଧିରେ ପୀଡିତ ଥିଲେ।
Download Argus News App
