ଏଥିରେ ଦକ୍ଷତା ବିକାଶ ଏବଂ ଇଣ୍ଟର୍ଣ୍ଣସିପ ପାଇଁ ସୁଯୋଗ ପ୍ରଦାନ ସହିତ ଉପଯୁକ୍ତ କ୍ରେଡିଟ ପ୍ରଦାନ କରାଯାଇଛି । କମ୍ୟୁନିଟି ସର୍ଭିସ୍ ଓ ଏକ୍ସଟ୍ରା କରିକୁଲାର ଆକ୍ଟିଭିଟିଜ, ଏନ.ସି.ସି. , ଏନ.ଏସ.ଏସ. ଇତ୍ୟାଦି ପାଇଁ ମଧ୍ୟ କ୍ରେଡିଟ ପ୍ରଦାନ କରାଯିବ । ଏହା ଦ୍ବାରା ଛାତ୍ରଛାତ୍ରୀ ନିଜ ଇଛାରେ ବିଷୟ ଗୁଡିକ ଚୟନ କରି ଏକାଧିକ ଥର ପାଇଁ ଉଚ୍ଚ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରବେଶ ଓ ପ୍ରସ୍ଥାନ ସହିତ ୭ ବର୍ଷ ଭିତରେ ତାଙ୍କର ଡିଗ୍ରୀ କୋର୍ସକୁ ସଂପୂର୍ଣ୍ଣ କରିପାରିବେ । ନୂତନ ଶିକ୍ଷା ନୀତି 2020 ଅନୁସାରେ ଓଡିଶାର ଉଚ୍ଚ ଶିକ୍ଷା ବ୍ୟବସ୍ଥାକୁ ଅଧିକ ଗୁଣାତ୍ମକ, ସ୍ୱାୟତ୍ତ ଏବଂ ସମାବେଶୀ କରିବାକୁ ପଦକ୍ଷେପ ନିଆଯାଉଛି । ଏଥିରେ ବିଭିନ୍ନ ଯୋଜନା ମାଧ୍ୟମରେ ଅନୁସନ୍ଧାନ ଓ ନୂତନତାକୁ ବଢ଼ାଇବା, ପ୍ରାକ୍ଟିକାଲ୍ ଆଧାରିତ ଶିକ୍ଷା ଓ ଶିଳ୍ପ ସହିତ ଇଣ୍ଟର୍ନସିପ୍ ଦ୍ୱାରା ଶିକ୍ଷାର୍ଥୀଙ୍କ ନିପୁଣତା ବଢ଼ାଇବା ଲକ୍ଷ୍ୟ ରଖାଯାଇଛି ।
ଏଥିପାଇଁ ବର୍ତ୍ତମାନ ୪୦ଟି ସ୍ନାତକ ମୂଳ ବିଷୟ ପାଇଁ ବିସ୍ତୃତ ମଡେଲ୍ ସିଲାବସ୍ ସହିତ ୨ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମ, ୧୧୨ଟି ମଲ୍ଟି ଡିସିପ୍ଲିନାରୀ ପାଠ୍ୟକ୍ରମ, ୧୪ଟି ଧନ୍ଦା ମୂଳକ ପାଠ୍ୟକ୍ରମ, ୫୬ଟି ମୂଲ୍ୟ ଯୁକ୍ତ ପାଠ୍ୟକ୍ରମ ଏବଂ ୮୪ଟି ଦକ୍ଷତା ବୃଦ୍ଧି ପାଠ୍ୟକ୍ରମକୁ ଅନୁମୋଦନ ମିଳିଛି । ସେପଟେ ଓଡ଼ିଶାରେ ଉଚ୍ଚ ଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରୁ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି -୨୦୨୦ କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତି ନେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଅଧିକ ପଢ଼ନ୍ତୁ ଓଡିଶା ଖବର: