ଅର୍ଗସ ବ୍ୟୁରୋ: ଗତକାଲିଠାରୁ ୨୦୨୫ ରଥଯାତ୍ରା ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରୁ ରଥ ତତ୍ତ୍ବାବଧାରକ ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍ ନୟାଗଡର ଦଶପଲ୍ଲା ରେଞ୍ଜର ବଡମୂଳର ବଡରାଉଳ ଠାକୁରାଣୀଙ୍କ ମନ୍ଦିରକୁ ଯାତ୍ରା କରିବେ। ଶ୍ରୀମନ୍ଦିରରୁ ମାଳ ମାହାର୍ଦ୍ଦ, ନଡିଆ, ପତନୀ, ସିନ୍ଦୁର, ଦୀପ, ନୈବେଦ୍ୟ ନେଇ ଏହି ଟିମ୍ ଯାତ୍ରା କରିବେ। ଏହି ଟିମ୍ ରେ ରଥ ନିର୍ମାଣର ରଥ ଅମିନ ଲକ୍ଷ୍ମଣ ମହାପାତ୍ର, ଭୋଇ ସର୍ଦ୍ଦାର ରବି ଭୋଇ ରହିଛନ୍ତି। ତେବେ ଆଜି ବଡରାଉଳ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା କରାଯିବା ପରେ ଠାକୁରାଣୀଙ୍କ ଅନୁମତି ନେଇ ରଥକାଠ କଟା ପକ୍ରିୟା ଆରମ୍ଭ ହେବ। ରଥ ନିର୍ମାଣ ପାଇଁ ୮୬୫ କାଠର ଆବଶ୍ୟକତା ରହିଛି। ୫୧ ଖଣ୍ଡ କାଠ ପୂର୍ବବର୍ଷର ବଳକା ରହିଥିବା ବେଳେ ମୋଟ ୮୧୪ ଖଣ୍ଡ ଅସନ, ଧଉରା ଏବଂ ଫାସୀ କାଠର ଆବଶ୍ୟକତା ରହିଛି।