ଦେବାଶିଷ ଙ୍କ ବୟାନ ରାଜ୍ୟ ରାଜନୀତି ରେ ନିଆଁ ଲଗାଇଥିବା ବେଳେ ଏଥିରେ ଘିଅ ଢ଼ାଳିଛନ୍ତି ବିଜେପ ବିଧାୟକ ଅଶ୍ବିନୀ ଷଢ଼ଙ୍ଗୀ । ଦିଲ୍ଲୀ କଂଗ୍ରେସ ରୁ ଯେଉଁ ନିର୍ଦେଶ ଆସୁଛି ରାଜ୍ୟରେ ବିଜେଡି ତାହା କରୁଛି ଓ ରାଜ୍ୟରେ ବିଜେଡି ଇସାରା ରେ କଂଗ୍ରେସ କାମ କରୁଥିବା ସେ କହିଛନ୍ତି । ଏପରିକି ବିଜେଡି ନିଜ ସ୍ବାର୍ଥ ପାଇଁ କିଛି ବି କରି ପାରେ କହି ବିଜେଡି କୁ ଟାର୍ଗେଟ କରିଛନ୍ତି । ତେବେ ଦିଲ୍ଲୀରେ ଆମର କେହି ମାଷ୍ଟର ନାହାନ୍ତି କହି ବିଜେଡି ଏହାକୁ ଖଣ୍ଡନ କରିଥିବା ବେଳେ କଂଗ୍ରେସ କହିଛି ବିଜେପି ର ଅଭିଯୋଗ କପୋଳକଳ୍ପିତ । ଏହାରି ଭିତରେ ଜନାଦେଶକୁ ନେଇ ମୁହାମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ ଦଳ । ରାଜ୍ୟରେ ବିଜେପି ଲୋକଙ୍କୁ ଦେଇଥିବା ପ୍ରତିଶୃତି ପାଳନ କରୁନି ବୋଲି ବିରୋଧୀ ଦଳ ଉପନେତା ପ୍ରଶନ୍ନ ଆଚାର୍ଯ୍ୟ ଙ୍କ ବୟାନ କୁ କଡା କାଉଣ୍ଟର କରିଛନ୍ତି ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି । ପରାଜୟ ପରେ ବିଜେଡି ହତୋତ୍ସାହିତ ହୋଇ ପଡିଛି ବୋଲି କହିଛନ୍ତି ସମୀର ସମ ଦୁରତା କଥା କହୁଥିବା ବିଜେଡି ର ବୟାନ ହଠାତ ବଦଳୁଛି କାହିକି ? ଚର୍ଚ୍ଚା ହେଉଛି ରାଜ୍ୟସଭାରେ ସାଂସଦ ଙ୍କୁ ନେଇ ଆତ୍ମରକ୍ଷା ପାଇଁ ଇଣ୍ଡିମେଣ୍ଟର ସାହାରା ନେବାକୁ ବିଜେଡି ଚାହୁଁଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର