ଶ୍ରୀ ପ୍ରଧାନ କହିଛନ୍ତି ଯେ ରାଉରକେଲା ସହର ସହିତ ଆଖପାଖ ଅଞ୍ଚଳରେ ଗତ କିଛି ଦିନ ହେବ ଡାଇରିଆ ଲାଗି ରହିଥିବା କାରଣରୁ ଲୋକମାନେ ମୃତ୍ୟୁବରଣ କରିଥିବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଆକ୍ରାନ୍ତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ଚିକିତ୍ସିତ ହେଉଥିବା ଲୋକମାନେ ଶୀଘ୍ର ସୁସ୍ଥ ହୋଇ ଘରକୁ ଫେରନ୍ତୁ, ଏହା ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ରାଉରକେଲା ଭଳି ମହାନଗର ଅଞ୍ଚଳରେ ଡାଇରିଆ ସଂକ୍ରମଣରେ ଶତାଧିକ ଲୋକ ଆକ୍ରାନ୍ତ ହେବା ଓ ପ୍ରଶାସନର ନିୟନ୍ତ୍ରଣ ବାହାରକୁ ଚାଲିଥିବା ଚିନ୍ତାଜନକ । ରାଜ୍ୟ ସରକାର ତୁରନ୍ତ ଏହି ସମ୍ବେଦଶୀଳ ଘଟଣାକୁ ଗୁରୁତ୍ୱର ସହ ନେଇ ଚିକିତ୍ସିତ ହେଉଥିବା ଲୋକଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଆବଶ୍ୟକୀୟ ପଦକ୍ଷେପ ନିଅନ୍ତୁ ।
ସଂକ୍ରମିତ ଅଞ୍ଚଳରେ ଘର ଘର ବୁଲି ଲୋକ ମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସଚେତନତା ସୃଷ୍ଟି କରାଯାଉ । ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ସହଯୋଗ ନେବା ସହ ଉକ୍ତ ଅଞ୍ଚଳରେ ନାଗରିକଙ୍କୁ ଅତ୍ୟାବଶ୍ୟକ ସାହାଯ୍ୟ ଓ ସହଯୋଗ ଯୋଗାଇ ଦେବା ପାଇଁ ତ୍ୱରିତ ପଦକ୍ଷେପ ନିଅନ୍ତୁ ବୋଲି ଶ୍ରୀ ପ୍ରଧାନ ଏକ୍ସରେ ଉଲ୍ଲେଖ କରିଛନ୍ତି ।