ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଅଞ୍ଚଳରେ ଏକ ଉତ୍କର୍ଷ କେନ୍ଦ୍ର ଭାବେ ପରିଣତ ହେଉଥିବା ଇନଷ୍ଟିଚ୍ୟୁଟ୍ ଅଫ୍ ହେଲଥ୍ ସାଇନ୍ସକୁ ୟୁଜିସି ବିଶେଷ ବର୍ଗରେ ସ୍ୱୟଂଶାସିତ ମହାବିଦ୍ୟାଳୟ ପାଇଁ ମାନ୍ୟତା ପ୍ରଦାନ କରାଯିବା ଖୁସିର ବିଷୟ । ଏଣିକି ଏହି ଅନୁଷ୍ଠାନର ନିଜସ୍ୱ ପାଠ୍ୟକ୍ରମ, ପରୀକ୍ଷା ପଦ୍ଧତି ସହ ସାର୍ଟିଫଫିକେଟ୍ ପ୍ରଦାନ କରାଯିବ । ଏହି ଅନୁଷ୍ଠାନ ସହ ମେଧାବୀ ଓଡ଼ିଆ ପିଲାମାନେ ଯୋଡି ହେଉଛନ୍ତି । ଏହାର ଅର୍ଥ ଏହି ପାଠ୍ୟକ୍ରମ ପ୍ରତି ପିଲା ମାନଙ୍କ ମଧ୍ୟରେ ସମ୍ବେଦନଶୀଳତା ଅଛି । ଦିବ୍ୟାଙ୍ଗଙ୍କ ପାଠପଢାକୁ ସୁଗମ କରିବା ସହ ସମାଜରେ ମୌଳିକ ଆବଶ୍ୟକତା ପୂରଣ କରିବା ପାଇଁ ଦାୟିତ୍ୱ ନେବା ପାଇଁ ପଡିବ । ଦୀର୍ଘ ୨୫ ବର୍ଷ ଧରି ଦିବ୍ୟାଙ୍ଗ ମାନଙ୍କୁ ପାଠ ପଢାଇବା ସହ ମଣିଷ ତିଆରି କାମରେ ଲାଗିଥିବା ଏହି ଅନୁଷ୍ଠାନକୁ ଆଗକୁ ନେବା ଆମ ସମସ୍ତଙ୍କ ଦାୟିତ୍ୱ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶରେ ପ୍ରଥମ ଥର ପାଇଁ ଦିବ୍ୟାଙ୍ଗଙ୍କ ପରିଭାଷା ବଦଳାଇଛନ୍ତି । ମୋଦି ସରକାରରେ ଦିବ୍ୟାଙ୍ଗ ମାନଙ୍କୁ ଉଚିତ୍ ସମ୍ମାନ ମିଳିଛି । ବିଶେଷ ଭାବରେ ଜାତୀୟ ଶିକ୍ଷା ନୀତିର କ୍ରିୟାନ୍ୱୟନ ହେବା ପରେ ଏହା ଉପରେ ଧ୍ୟାନ ଦେବା ଭାରତ ସରକାରଙ୍କ ପ୍ରାଥମିକତାର ବିଷୟ ହୋଇଛି । ଏହି ଅନୁଷ୍ଠାନରେ ଅଧ୍ୟୟନରତ ଦିବ୍ୟାଙ୍ଗ ମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ବ୍ୟତିତ ସମ୍ମାନର ସହ କୁଶଳୀ କରି ସେମାନଙ୍କୁ ରୋଜଗାର ବ୍ୟବସ୍ଥା ସହ ଯୋଡିବା ପାଇଁ ବ୍ୟବସ୍ଥା କରାଯିବ । ଶିକ୍ଷକଙ୍କୁ ପ୍ରଶିକ୍ଷଣ ସହ ଭିତ୍ତିଭୂମିର ବିକାଶ ଦିଗରେ ଗୁରୁତ୍ୱ ଦିଆଯିବ । ଏହି ଅନୁଷ୍ଠାନକୁ ଆଗାମୀ ଦିନରେ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ ପ୍ରଚେଷ୍ଟା କରାଯିବ ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।
ଅଧିକ ପଢ଼ନ୍ତୁ ଓଡିଶା ଖବର: