ଏହା ସହ ଗୋଟିଏ ବାଇକ ମଧ୍ୟ ଜବତ କରାଯାଇଛି। କଟକ ସଦର ଥାନା ଅନ୍ତର୍ଗତ ଫୁଲନଖରା ଛକରୁ ଏହି ହେରୋଇନ ଜବତ କରାଯାଇଛି। ଗିରଫ ଦୁଇ ଜଣ ହେଲେ ବିକାଶ ରାଉତ ଓ ପ୍ରକାଶ ସ୍ଵାଇଁ। ଉଭୟ ନିଆଳି ବ୍ଳକର ବୋଲି ସୂଚନା।

କଟକ: ଅବକାରୀ ଷ୍ଟେଟ ଫ୍ଲାଇଙ୍ଗ ସ୍କୁଆଡ ଦ୍ଵାରା ୨୩୬ ଗ୍ରାମ ହେରୋଇନ ଜବତ। ଏଥିସହିତ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଜବତ ହେରୋଇନର ଆନୁମାନିକ ମୂଲ୍ୟ ୨୩ ଲକ୍ଷ ୬୦ ହଜାର ଟଙ୍କା।

ଅର୍ଗସ ବ୍ୟୁରୋ : ଜନଜାତି କ୍ରୀଡ଼ାବିତଙ୍କ ପ୍ରତିଭା ଲୋକଲୋଚନକୁ ଆଣିବାରେ ‘ଜନଜାତି ଖେଳ ମହୋତ୍ସବ’ ଅନ୍ୟ ଏକ ମାଧ୍ୟମ ହେବ ବୋଲି ଶୁକ୍ରବାର ଭୁବନେଶ୍ୱର ଠାରେ ଭାରତ ସରକାରଙ୍କ ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଅଧିକ ପଢନ୍ତୁ : 'ଦିଲ୍ଲୀପ ଶତପଥୀ ମେମୋରିଆଲ ରାଜ୍ୟସ୍ତରୀୟ କୁଇଜ୍ ପ୍ରତିଯୋଗିତା’ରେ ଯୋଗଦେଲେ କେନ୍ଦ୍ରମନ୍ତ୍ରୀ
ଶ୍ରୀ ପ୍ରଧାନ କହିଛନ୍ତି ଯେ ଜନଜାତୀୟ ଖେଳ ପରମ୍ପରା ଏବଂ ଜନଜାତି ଯୁବକଙ୍କ ମଧ୍ୟରେ ଖେଳକୁ ଆଗକୁ ନେବା ପାଇଁ ଏହି ଉଦ୍ୟମ ପ୍ରଶଂସନୀୟ । ଜନଜାତୀୟ ଖେଳ ମହୋତ୍ସବରେ ସବୁ ରାଜ୍ୟରୁ ଯୁବକ ଯୁବତୀମାନେ ଅଂଶଗ୍ରହଣ କରିବା ଏକ- ଭାରତ ଶ୍ରେଷ୍ଠ ଭାରତର ପରିକଳ୍ପନାକୁ ଦର୍ଶାଉଛି । ଏଥିରେ ଅଂଶଗ୍ରହଣ କରୁଥିବା ଯୁବ ଶକ୍ତି କେବଳ ଖେଳାଳି ନୁହେଁ ବରଂ ସାଂସ୍କୃତିକ ଆମ୍ବାସେଡର ମଧ୍ୟ । ଓଡ଼ିଶାରେ ଜନଜାତି ସମାଜ ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବହୁତ ଗଭୀର ସମ୍ପର୍କ ରହିଛି । ଆମର ଜନଜାତୀୟ ସମାଜ ଖେଳରେ ଅଭୂତପୂର୍ବ ପ୍ରଦର୍ଶନ ଦଖାଇବା ସହ ସବୁବେଳେ ଦେଶକୁ ଗୌରବାନ୍ୱିତ କରିଛନ୍ତି ।
ରାଷ୍ଟ୍ରୀୟ ଶିକ୍ଷା ନୀତି ଉଭୟ ଖେଳ ଏବଂ ପାଠପଢାକୁ ଗୁରୁତ୍ୱ ଦେଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରୋତ୍ସାହନ କାରଣରୁ ହିଁ ଆଜି ଦେଶରେ ‘ଖେଲୋଗେ ତୋ ଖିଲୋଗେ’ ଭଳି ମାହୋଲ ତିଆରି ହୋଇଛି । ବ୍ୟକ୍ତିର ସାମଗ୍ରିକ ବିକାଶ ପାଇଁ ଖେଳର ବହୁତ ବଡ ଆବଶ୍ୟକତା ଅଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଆମେ ଖେଳ ଓ କୌଶଳ ବିକାଶକୁ ଆଗେଇ ନେବା ଏବଂ ପାଠପଢା ସହ ରୋଜଗାର କରିବା ପାଇଁ ଅନେକ ନୀତି ତିଆରି ହେଉଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ।
