ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
ଅର୍ଗସ ବ୍ୟୁରୋ: ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର । ଭୟଭୀତ ଅବସ୍ଥାରେ 8 ଟି ପଞ୍ଚାୟତର ଲୋକେ। ଘରେ ହେଉ କି ବାହାରେ ସବୁଠି ଲହଡି ମାରୁଛି ସୁବର୍ଣ୍ଣରେଖା ନଦୀର ପାଣି । ପାଣି ଘେରରେ ଅନେକ ପଞ୍ଚାୟତ ରହିଛି । ଆଗକୁ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବଢିଲେ ଅନେକ କ୍ଷୟକ୍ଷତି ହେବାର ଆଶଙ୍କା କରାଯାଇଛି। ସେପଟେ ବାଲେଶ୍ବର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସ୍ଥିତି ପରଖିବା ସହ ବନ୍ୟା ସ୍ଥିତି କରିବେ ସମୀକ୍ଷା ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର...
ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ବୟାଙ୍ଗଡିହି ପଞ୍ଚାୟତ ଗୁଡୁପୋଖରୀ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ପତାକା ଉପୁଡାକୁ ନେଇ ଉତ୍ତେଜନା । ଯାହାକୁ ନେଇ ୪ ଜଣ ଆହତ ହୋଇଥିବାବଳେ ଜଣେ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଇଥିବାବେଳେ ଜଣେ ଚିକିତ୍ସା ପାଇଁ କଟଟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବାବେଳେ ଧୂଷୁରୀ ଓ ଧାମନଗର ପୋଲିସ ପହଞ୍ଚି ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ ହୋଇଛି ।
ସେପଟେ ଉକ୍ତ ବଜାରରେ ଗୋଷ୍ଠୀ ସଂଘର୍ଷକୁ ନେଇ BNSS ର ୧୬୩ ଧାରା ଲାଗୁ ହୋଇଛି । ଭଦ୍ରକ ଉପଜିଲ୍ଲାପାଳ ମନୋଜ ପାତ୍ରଙ୍କ ନିର୍ଦ୍ଦେଶରେ ୧୬୩ ଧାରା ଲାଗୁ ହୋଇଛି । ୧୯ ତାରିଖ ଅପରାହ୍ନ ୨ ଟା ଠାରୁ ୨୧ ସକାଳ ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ । ଏହି ସମୟରେ ଗୁଡୁପୋଖରୀର ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ଭୁବନେଶ୍ୱର: ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ବର୍ଷା ଜାରି ରହିଥିବା ବେଳେ ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛି ବର୍ଷା ନାହିଁ । କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଏବଂ ୨୩ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୨୨ ତାରିଖ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ତା ସହିତ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ବି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ଉପକୂଳ ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟେ ଦୁଇଟି ଜିଲ୍ଲାମାନଙ୍କ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବା ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଏବେ ଯାଏଁ କିଛି ପୂର୍ବାନୁମାନ ନାହିଁ । ୨୪ ୨୫ ତାରିଖରେ ବି ବର୍ଷା ରହିବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର