ସମ୍ୱଲପୁର: ପୁଣି ଖାକିରେ କଳଙ୍କ । ଯୁବତୀଙ୍କୁ ପୋଲିସର ଦୁର୍ବ୍ୟବହାର । ଲିଫ୍ଟ ଦେବା ବାହାନାରେ ପିସିଆର ଭ୍ୟାନରେ ଯୁବତୀଙ୍କୁ ପୋଲିସ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଏନେଇ ବରଗଡ ଏସପିଙ୍କ ନିକଟରେ ଅଭିଯୋଗ କରିଛନ୍ତି ଯୁବତୀଙ୍କ ପରିବାର ଲୋକ । ସୂଚନାନୁସାରେ, ବରଗଡ ଖଲିଆପାଲି ଗାଁର ଜଣେ ଯୁବତୀ ରବିବାର ସଂନ୍ଧ୍ୟାରେ ନିଜ ସାଙ୍ଗ ଘରକୁ ଯାଇଥିଲେ ।
ପରେ ସେ ନିଜ ଘରକୁ ଫେରୁଥିବା ସମୟରେ ଯୁବତୀଙ୍କୁ ଡାକି ପିସିଆର ଭ୍ୟାନ ଲିଫ୍ଟ ଦେଇଥିଲେ ପୋଲିସ । ହେଲେ ତାଙ୍କୁ ଘରେ ଛାଡିବା ବଦଳରେ ବରଗଡ ସହରର ବିଭିନ୍ନ ଛକ ବୁଲାଇଥିଲେ । ଏପରିକି ଯୁବତୀଙ୍କୁ ପିସିଆର ଭ୍ୟାନ ଭିତରେ ଦୁର୍ବ୍ୟବହାର କରିଥିଲେ ପୋଲିସ । ପିସିଆର ଭ୍ୟାନରେ ୭ ଜଣ ପୋଲିସ କର୍ମଚାରୀ ରହିଥିବାବେଳେ ଜଣେ ମହିଳା କର୍ମଚାରୀ ମଧ୍ୟ ଥିଲେ । ଏପରିକି ନାନା ପ୍ରକାର ଧମକ ଦେବା ସହ ଟଙ୍କା ମାଗିଥିଲେ । ଏନେଇ ଉକ୍ତ ଯୁବତୀଙ୍କ ପରିବାର ଲୋକ ବରଗଡ ଏସପିଙ୍କ ପାଖରେ ଅଭିଯୋଗ କରିବା ସହ ନ୍ୟାୟ ପାଇଁ ନିବେଦନ କରିଛନ୍ତି ।
ଅର୍ଗସ ବ୍ୟୁରୋ: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାର ଭୁରି ଭୁରି ପ୍ରଶଂସା କଲେ ସ୍ଥଳ ସେନାମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ । ସେ କହିଛନ୍ତି ଅଗ୍ନିପଥ ଯୋଜନା ହେଉଛି ଏଭଳି ଏକ ଯୋଜନା ଯାହା ସେନାର ସବୁ କ୍ଷେତ୍ରରେ ବୈଷୟିକ ଜ୍ଞାନକୌଶଳ ଯୁକ୍ତ ଯୁବକମାନଙ୍କୁ ସାମିଲ ହେବା ପାଇଁ ସୁଯୋଗ ପ୍ରଦାନ କରିଛି । ପୁଣେର ମିଲିଟାରୀ ଇଞ୍ଜିନିୟରିଂ କଲେଜର ସମାବର୍ତ୍ତନ ସମାରୋହରେ ଯୋଗଦେବା ସହ କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଏହା କହିଛନ୍ତି ଜେନେରାଲ ମନୋଜ ପାଣ୍ଡେ । ଅଗ୍ନିବୀର ମାନଙ୍କୁ ପ୍ରଶିକ୍ଷଣ ଦେବାରେ ସେନା ଅଧୀକାରୀମାନଙ୍କ କାର୍ଯ୍ୟକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ଦେଶର ଅର୍ଥନୀତି ପାଇଁ ଖୁସି ଖବର । ଦ୍ବିତୀୟ କ୍ବାର୍ଟରରେ ଅଭିବୃଦ୍ଧି ହାର ବହୁତ ଭଲ ରହିଛି । ଯାହାକି ବିଶ୍ବର ସର୍ବୋଚ୍ଚ । ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ହେବାର ଏହି ଗତିକୁ ନିରନ୍ତର ବଜାୟ ରଖାଯାଉଥିବା କହିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ରାଜ୍ୟସଭାରେ ଦେଶର ଅର୍ଥନୈତିକ ପରିସ୍ଥିତି ସମ୍ପର୍କରେ ସୂଚନା ଦେଇ ଏହା କହିଛନ୍ତି ଅର୍ଥମନ୍ତ୍ରୀ ।
ଚଳିତ ଆର୍ଥିକ ବର୍ଷର ଜୁଲାଇରୁ ସେପ୍ଟେମ୍ବର ମଧ୍ୟରେ ଜିଡିପି ଅଭିବୃଦ୍ଧି 7.6 ପ୍ରତିଶତ ବୃଦ୍ଧି ପାଇଛି । ସେହିପରି ଏପ୍ରିଲରୁ ଜୁନ୍ ମଧ୍ୟରେ ଭାରତର ଜିଡିପି ଅଭିବୃଦ୍ଧି 7.8 ପ୍ରତିଶତ ବୃଦ୍ଧି ପାଇଛି । ତେବେ ପ୍ରଧାନମନ୍ତ୍ରୀଙ୍କ ମେକ ଇନ ଇଣ୍ଡିଆ ପୋଗ୍ରାମ ଏବଂ ଅନ୍ୟ ଯୋଜନା ପାଇଁ ଦେଶରେ ଉତ୍ପାଦନ ବଢ଼ିଛି । ଦେଶ ଅର୍ଥନୀତିରେ ଏହି ଉତ୍ପାଦନର ଯୋଗଦାନ ୧୩.୯ ପ୍ରତିଶତ ଥିବା ସେ କହିଛନ୍ତି । ସେପଟେ 2026 ସୁଦ୍ଧା ଦେଶର ଜିଡିପିରେ ଡିଜିଟାଲ ଇକୋନୋମିର 20 ପ୍ରତିଶତ ଅବଦାନ ରହିବ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ଟିଏମସି ସାଂସଦ ମହୁଆ ମୈତ୍ର ଲାଞ୍ଚ ମାମଲାରେ ଲୋକସଭାର ସଦାଚାର ବା ଏଥିକ୍ସ କମିଟି ରିପୋର୍ଟ ଆଜି ଆଗତ ହେବାର ସମ୍ଭାବନା ରହିଛି। ରିପୋର୍ଟ ଉପସ୍ଥାପନ ହେବା ପରେ କମିଟିର ସୁପାରିସ ଆଧାରରେ ମହୁଆ ମୈତ୍ରଙ୍କ ସଂସଦ ସଦସ୍ୟତା ରଦ୍ଦ ପାଇଁ ପ୍ରସ୍ତାବ ଅଣାଯିବ। ବିରୋଧୀ ଏହି ରିପୋର୍ଟ ଉପରେ ବିଭାଜନ ଦାବି କରିପାରନ୍ତି, ତେଣୁ ଆଜି ଗୃହରେ ରହିବାକୁ ବିଜେପି ନିଜ ସାଂସଦମାନଙ୍କୁ ହ୍ୱିପ୍ ଜାରି କରିଛି। ମହୁଆ ମୈତ୍ରଙ୍କ ବହିଷ୍କାର ସମ୍ପର୍କିତ ଏଥିକ୍ସ କମିଟିର ରିପୋର୍ଟ ଡିସେମ୍ବର ୫ରେ ଲୋକସଭାରେ ଉପସ୍ଥାପିତ ହେବାର ଥିଲା। ମହୁଆ ପ୍ରସଙ୍ଗରେ ଗୃହକାର୍ଯ୍ୟ ଚାଲିଥିବା ବେଳେ ପ୍ରବଳ ହଙ୍ଗାମା ହୋଇଥିଲା। ମହୁଆ ମୈତ୍ର ପ୍ରସଙ୍ଗରେ ଗତକାଲି ମଧ୍ୟ ଲୋକସଭାରେ ଜୋରଦାର ହଙ୍ଗାମା ହୋଇଥିଲା।
ଅଧିକ ପଢ଼ନ୍ତୁ ଦେଶ ଖବର: