ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ହୋଇପାରେ ।
ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା

ଭୁବନେଶ୍ଵର: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ତୁହାକୁ ତୁହା ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ ୨୨ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଅର୍ଦ୍ଧାଧିକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାରେ ସମ୍ଭାବନା ରହିଛି। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଂଜ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ୫୦ କିମି ବେଗରେ ପବନ ବହିପାରେ।
ଦୁର୍ଘଟଣାରେ ଆଖି ବୁଜିଲେ ରାଇରଙ୍ଗପୁର SDJM ସ୍ମରଣିକା ପ୍ରଧାନ

ମୟୂରଭଞ୍ଜ: ସଡକ ଦୁର୍ଘଟଣାରେ ଆଖି ବୁଜିଲେ ରାଇରଙ୍ଗପୁର SDJM ସ୍ମରଣିକା ପ୍ରଧାନ । ଆଜି ଅପରାହ୍ନ ସମୟରେ କାର ଯୋଗେ sdjm ଏବଂ ତାଙ୍କ ସ୍ବାମୀ ଘରକୁ ଫେରୁଥିଲେ । ଯଶିପୁର ଥାନା ଅନ୍ତର୍ଗତ ଚାଇଁ ନେବଦା ନିକଟରେ ସେ ଆସୁଥିବା କାର୍ ଟି ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇଥିଲା । ଫଳରେ କାରଟି ସମ୍ପୂର୍ଣ୍ଣ ଭାବରେ ଓଲଟି ପଡିଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍
Download Argus News App
