ଆସନ୍ତା ୧୮ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପଶ୍ଚିମବଙ୍ଗ ଉପକୂଳ ନିକଟବର୍ତୀ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଏହି ଘୂର୍ଣ୍ଣିବଳୟ ପ୍ରଭାବର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ ଏବଂ ୧୮ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ମୌସୁମୀ ଏବେ ଦୁର୍ବଳ ରହିଥିବାରୁ ଅଧିକ ବର୍ଷା ହେବାର ସମ୍ଭାବନା ନାହିଁ। ମୌସୁମୀ ବର୍ଷା କଥା ଯଦି ଦେଖିବା ଜୁନ୍ ପହିଲାରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକ ଭାବେ ୧୦୪୪.୯ ମିମି ବର୍ଷା ହେବା କଥା। ମାତ୍ର ଚଳିତବର୍ଷ ଏହି ସମୟ ମଧ୍ୟରେ ୧୦୯୦.୪ ମିମି ବର୍ଷା ରେକର୍ଡ କରାଯାଇଛି।
ଉପକୂଳବର୍ତ୍ତୀ ଜିଲ୍ଲା ସଂଲଗ୍ନ ଅଞ୍ଚଳରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଉଭୟ ଅକ୍ଟୋବର ଓ ନଭେମ୍ବର ମାସରେ ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବ। ଫଳରେ ରାଜ୍ୟକୁ ବିଳମ୍ବରେ ଶୀତ ଆସିବ। ତେବେ ଡିସେମ୍ବରରେ ତାପମାତ୍ରା ସ୍ବାଭାବିକ ରହିବ। ତେବେ ବର୍ତ୍ତମାନ ବଡ ଧରଣର ବର୍ଷା ନାହିଁ।
ପାଣିପାଗ ଖବର ଆହୁରି ପଢ଼ନ୍ତୁ ।