ରଥଯାତ୍ରା ପୂର୍ବଦିନ ଜନଗହଳି ହେଲେ ଜିଲ୍ଲା ପ୍ରଶାସନ ସହ ସମନ୍ୱୟ ରକ୍ଷାକରି ଏହାକୁ ନିୟନ୍ତ୍ରଣ କରାଯିବ। ଶ୍ରୀଗୁଣ୍ଡିଚା ଦିନ ପହଣ୍ଡି ଠାରୁ ଆରମ୍ଭ କରି ରଥଟଣା ଓ ରଥ ଲାଗିବା ପର୍ଯ୍ୟନ୍ତ ପ୍ରତ୍ୟକଟି ବ୍ୟବସ୍ଥାକୁ ସୁରୁଖୁରୁରେ ଶେଷ କରିବା ପାଇଁ ପୋଲିସ ପ୍ରଶାସନ ତତ୍ପର ଥିବା ଏସପି ସୂଚନା ଦେଇଛନ୍ତି। ରଥଯାତ୍ରା ସମୟରେ ଟ୍ରାଫିକ ବ୍ୟବସ୍ଥାର ସୁପରିଚାଳନା ପାଇଁ ସ୍ବତନ୍ତ୍ର ପ୍ଲାନ ହେବା ସହ ପାର୍କିଂ ସ୍ଥାନ ଗୁଡିକରେ ଭକ୍ତ ଓ ଶ୍ରଦ୍ଧାଳୁମାନେ ଯେଭଳି ଶୋଷଣର ଶିକାର ନହେବେ ଏଥିପ୍ରତି ଗୁରୁତ୍ବ ଦିଆଯିବ। ବିଶେଷ କରି ପୁରୀ ସହରବାସୀ, ବୃଦ୍ଧବୃଦ୍ଧା, ଗର୍ଭବତୀ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଯୋଜନା କରାଯାଇଛି।
ଲାଗିବ ୫୦ରୁ ଅଧିକ ସିସିଟିଭି କ୍ୟାମେରା

ପୁରୀ: ଶୃଙ୍ଖଳିତ ଓ ସୁରକ୍ଷିତ ରଥଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ଶ୍ରୀମନ୍ଦିର, ଗୁଣ୍ଡିଚା ମନ୍ଦିର ସମେତ ବଡ଼ଦାଣ୍ଡର ବିଭିନ୍ନ ସ୍ଥାନରେ ୫୦ରୁ ଅଧିକ ସିସିଟିଭି କ୍ୟାମେରା ସଂସ୍ଥାପନା କାର୍ଯ୍ୟ ଚାଲିଛି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତି କାନ୍ତି, ସେବାୟତ ଓ ପୋଲିସ ପ୍ରଶାସନ ମଧ୍ୟରେ ସମନ୍ବୟ, ଭକ୍ତଙ୍କ ସୁରକ୍ଷା ଓ ସୁବିଧା, ଟ୍ରାଫିକ ନିୟନ୍ତ୍ରଣ, ଜନଗହଳି ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ପୋଲିସ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଠିକ୍ ସେହିପରି ରଥଯାତ୍ରା ସମୟରେ ଆମ୍ବୁଲାନ୍ସ ଓ ଜରୁରୀକାଳୀନ ପରିସ୍ଥିତି ପାଇଁ ଗ୍ରୀନ୍ କରିଡୋର ସୃଷ୍ଟି କରାଯିବ।
Inflation has eased, but its persistence at elevated levels warrants policy responses

Mumbai, Aug 18: Even though India's inflation has eased, it still remained above the Reserve Bank of India's (RBI) tolerance band and hence it warrants appropriate policy responses to anchor expectations going forward.
"Easing of supply chain pressures and the recent ebbing of commodity prices
Download Argus News App
