ଆଜିର ଏହି ଚକ ଅଖ ଡେରା ନିତୀ ସମ୍ପନ୍ନ ପରେ ରଥ ନିର୍ମାଣର ଅନ୍ୟାନ୍ୟ କାର୍ଯ୍ୟ ଆରମ୍ଭ ହେବ । ସେପଟେ ଆଜି ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରାର ଅନ୍ତିମ ଦିନ ଅର୍ଥାତ ଭଉଁରୀ ଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଭୂଦେବୀ, ଶ୍ରୀଦେବୀ, ରାମକୃଷ୍ଣ ଓ ମଦନମୋହନଙ୍କ ସମେତ ପଞ୍ଚ ମହାଦେବ ନରେନ୍ଦ୍ର ପୁଷ୍କରିଣୀରେ 21 ଘେରା ଜଳକ୍ରୀଡା କରିବେ ।
ଆଜି ଅପରାହ୍ନ 4 ଟାରେ ଏକ ବିରାଟ ଶୋଭାଯାତ୍ରାରେ ଶ୍ରୀମନ୍ଦିରରୁ ମହାପ୍ରଭୁ ମଣି ବିମାନରେ ବାହାରି ନରେନ୍ଦ୍ର ପୁଷ୍କରିଣୀ ଅଭିମୁଖେ ଯିବେ । ଭଉଁରୀ ଯାତ୍ରାରେ ଅତ୍ୟଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।
ଅଧିକ ପଢନ୍ତୁ ଓଡିଶା ଖବର...